ପିଓକେରେ ଅର୍ଦ୍ଧସାମରିକ ସୈନ୍ୟଙ୍କୁ ମୁତୟନ କରିବ ପାକିସ୍ତାନ

ଇସ୍‌ଲାମାବାଦ,୨୩ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଅର୍ଦ୍ଧସାମରିକ ବଳ ଫ୍ରଣ୍ଟିୟର କନ୍‌ଷ୍ଟାବୁଲାରିକୁ ନିୟୋଜିତ କିରବା ପାଇଁ ପାକିସ୍ତାନ ସରକାର ରବିବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗତ ମାସରେ ପିଓକେରେ ଜୋର୍‌ଦାର ଆନ୍ଦୋଳନ ଜାରି ରହିବା ସହ ଅନେକ ଲୋକ ପ୍ରାଣ ହରାଇଥିଲେ। ପାକ୍‌ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଉକ୍ତ ଅଞ୍ଚଳରେ ୬ ପ୍ଲାଟୁନ୍‌ ଅର୍ଦ୍ଧସାମରିକ ସୈନ୍ୟ ୩ ମାସ ପାଇଁ ମୁତୟନ ରହିବେ।

ଆତଙ୍କବାଦୀଙ୍କ ବିରୋଧରେ ନୂଆ ଅଭିଯାନ ଆରମ୍ଭ ହେବ ବୋଲି ଦିନକ ପୂର୍ବରୁ ପାକିସ୍ତାନ ଘୋଷଣା କରିଥିଲା। ସୂଚନାଯୋଗ୍ୟ, ଅତ୍ୟଧିକ ଦରଦାମ୍‌ ବୃଦ୍ଧି, ମହଙ୍ଗା ବିଜୁଳି ପ୍ରତିବାଦରେ ଜମ୍ମୁ-କଶ୍ମୀର ଜଏଣ୍ଟ ଆଓ୍ବାମୀ ଆକ୍ସନ କମିଟି (ଜେଏଏସି) ପକ୍ଷରୁ ଗତ ମାସରେ ପିଓକେରେ ଜୋର୍‌ଦାର ଆନ୍ଦୋଳନ କରାଯାଇଥିଲା। ଏଥିରେ ବହୁସଂଖ୍ୟାରେ ବ୍ୟବସାୟୀ ସାମିଲ ହୋଇଥିଲେ। ବିବାଦୀୟ ଅଞ୍ଚଳର ପ୍ରଧାନମନ୍ତ୍ରୀ ଚୌଧୁରୀ ଅନଓ୍ବାରୁଲ ହକ୍‌ ଗୃହମନ୍ତ୍ରୀ ମୋହସିନ ନକ୍‌ଭିଙ୍କୁ ଭେଟିବା ପରେ ଅର୍ଦ୍ଧସାମରିକ ସୈନ୍ୟ ମୁତୟନ ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri