ପାକିସ୍ତାନକୁ ମିଳିବ ନୂଆ ସେନାମୁଖ୍ୟ

ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍‌ ଶନିବାର କହିଛନ୍ତି ଯେ, ନଭେମ୍ବରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଏକ ନୂଆ ସେନା ମୁଖ୍ୟ ନିଯୁକ୍ତ କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନ ପରେ ନୂତନ ସରକାରଙ୍କ ଦ୍ୱାରା ଦେଶର ପରବର୍ତ୍ତୀ ସେନା ମୁଖ୍ୟ ନିଯୁକ୍ତ କରିବାକୁ ଦାବି କରିବାର କିଛି ଦିନ ପରେ ପ୍ରତିରକ୍ଷା ମନ୍ତ୍ରୀ ଆସିଫ୍‌ ଏହି ମନ୍ତବ୍ୟ ଦେଇଛନ୍ତି। ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି ପ୍ରତିରକ୍ଷା ମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଯେ, ନଓ୍ବାଜ ଶରିଫ୍‌ ଏହି ରାଜନୈତିକ ଦାୟିତ୍ୱକୁ ୪ ଥର ପୂରଣ କରିଛନ୍ତି ଏବଂ ଶେହବାଜ ଶରିଫ୍‌ ନଭେମ୍ବରରେ ଏହି ଦାୟିତ୍ୱ ପାଳନ କରିବେ। ସେ କହିଛନ୍ତି, ପାକିସ୍ତାନର ସମ୍ବିଧାନରେ ସେନା ମୁଖ୍ୟଙ୍କ ନିଯୁକ୍ତିକୁ ନେଇ ନୀତି ଅତ୍ୟନ୍ତ ସ୍ପଷ୍ଟ। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଏହାକୁ ଏକ ବିବାଦୀୟ ପ୍ରସଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ସେନା ମୁଖ୍ୟଙ୍କ ନିଯୁକ୍ତିକୁ ବିବାଦୀୟ କରିବାକୁ ଇମ୍ରାନ ଚାହୁଁଛନ୍ତି। ସେନା ମୁଖ୍ୟଙ୍କ ସମ୍ବିଧାନ ତଥା ଅନୁଷ୍ଠାନ ପ୍ରତି ବିଶ୍ୱସ୍ତତା ଉପରେ କୌଣସି ସନ୍ଦେହ ନାହିଁ। ରାଜନୀତି ଅଲଗା। ତଥାପ ଅନୁଷ୍ଠାନଗୁଡିକ ବିବାଦୀୟ ହେବା ଉଚିତ ନୁହେଁ। ଅନ୍ୟପକ୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ସାକ୍ଷାତକାରରେ କହିଥିଲେ, ସରକାର ଜଣେ ନୂତନ ସେନା ମୁଖ୍ୟ ନିଯୁକ୍ତ କରିବାରେ ଦକ୍ଷ ନୁହନ୍ତି ଏବଂ ଏହି ପ୍ରସଙ୍ଗ ପରବର୍ତ୍ତୀ ସରକାରଙ୍କୁ ଛାଡ଼ି ଦିଆଯିବା ଉଚିତ। ଇମ୍ରାନ ମଧ୍ୟ ଦେଶରେ ନୂତନ ନିର୍ବାଚନ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?