Posted inଖେଳ

‘ତାରକା ଖଚ୍ଚିତ ଟିମ୍‌ ଇଣ୍ଡିଆକୁ ହରାଇପାରିବ ପାକିସ୍ତାନ’

କରାଚୀ,୧୪।୧୦: ବିନା ଚାପ ଓ ବିନା ଡରରେ ଖେଳିଲେ ତାରକା ଖଚ୍ଚିତ ଟିମ୍‌ ଇଣ୍ଡିଆକୁ ଆମେ ହରାଇପାରିବା। ଏଭଳି ମତ ରଖିଛନ୍ତି ପୂର୍ବତନ ପାକିସ୍ତାନ ଅଧିନାୟକ ଜାଭେଦ ମିଆଁଦାଦ।

ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ପଡୋଶୀ ଆସନ୍ତା ୨୪ ତାରିଖରେ ଆଗାମୀ ଟି୨୦ ବିଶ୍ୱକପ୍‌ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ୫୦ ଓଭର ବିଶିଷ୍ଟ ବିଶ୍ୱକପ୍‌ ହେଉ କି, ଟି୨୦ ବିଶ୍ୱକପ୍‌ରେ ଭାରତ କଦାପି ପାକିସ୍ତାନଠାରୁ ପରାସ୍ତ ହୋଇନାହିଁ।

ଟୁର୍ନାମେଣ୍ଟ ଆରମ୍ଭରୁ ଭାରତ ବିପକ୍ଷ ମ୍ୟାଚ୍‌ ପାକିସ୍ତାନ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଭାରତ ଏକ ଶକ୍ତିଶାଳୀ ଦଳ ଓ ସେମାନଙ୍କ ପାଖରେ ଅନେକ ଶ୍ରେଷ୍ଠ ଖେଳାଳି ଅଛନ୍ତି। କିନ୍ତୁ ଯଦି ଆମେ ବିନା ଭୟ ଓ ଚାପରେ ଖେଳିବା ଏବଂ ପ୍ରତ୍ୟେକ ଖେଳାଳି ନିଜ ନିଜ ଯୋଗଦାନ ଦିଅନ୍ତି, ତେବେ ଆମେ ସେମାନଙ୍କୁ ନିଶ୍ଚିତ ହରାଇପାରିବା। ଟି୨୦ ଏଭଳି ଏକ ଫର୍ମାଟ, ଯେଉଁଥିରେ ଜଣେ କିମ୍ବା ଦୁଇ ଜଣ ଖେଳାଳି ମ୍ୟାଚ୍‌ ଜିତାଇପାରିବେ। କିନ୍ତୁ ମୋ ମତରେ ଜିତିବା ପାଇଁ ପ୍ରତ୍ୟେକ ଖେଳାଳିଙ୍କୁ କୌଣସି ନା କୌଣସି ବାଟରେ ଯୋଗଦାନ କରିବାକୁ ପଡ଼ିବ ବୋଲି ମିଆଁଦାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri