Posted inଖେଳ

ଭାରତରେ ହେବାକୁ ଥିବା ହକି ବିଶ୍ୱକପ୍‌ରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୨୪ା୧୦: ଭାରତରେ ନଭେମ୍ବର-ଡିସେମ୍ବରରେ ହେବାକୁ ଥିବା ଜୁନିୟର ହକି ବିଶ୍ୱକପ୍‌ରୁ ଓହରିଯାଇଛି ପାକିସ୍ତାନ। ପାକିସ୍ତାନ ହକି ମହାସଂଘ(ପିଏଚ୍‌ଏଫ୍‌) ଏହାର ନିଷ୍ପତ୍ତି ସମ୍ପର୍କରେ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଅବଗତ କରାଇଛି। ଏଫ୍‌ଆଇଏଚ ପକ୍ଷରୁ ଶୁକ୍ରବାର ଏହି ବିଷୟରେ ସ୍ପଷ୍ଟ କରିଦିଆଯାଇଛି।

ନଭେମ୍ବର ୨୮ରୁ ଡିସେମ୍ବର ୧୦ପର୍ଯ୍ୟନ୍ତ ଚେନ୍ନାଇ ଓ ମଦୁରାଇରେ ହେବାକୁଥିବା ଏହି ଇଭେଣ୍ଟରେ ପାକିସ୍ତାନ ବଦଳରେ କେଉଁ ଦଳ ଖେଳିବା ତାହା ଶୀଘ୍ର ଘୋଷଣା କରାଯିବ ବୋଲି ଏଫ୍‌ଆଇଏଚ୍‌ କହିଛି।

ପ୍ରତିଯୋଗିତାର ଗ୍ରୁପ୍‌ ‘ବି’ରେ ଭାରତ, ଚିଲି ଓ ସୁଇଜରଲାଣ୍ଡ ସହ ପାକିସ୍ତାନ ସ୍ଥାନ ପାଇଥିଲା। ପାକିସ୍ତାନ ସ୍ଥାନରେ କେଉଁ ଦଳକୁ ଗ୍ରୁପ୍‌ ‘ବି’ରେ ସ୍ଥାନ ମିଳୁଛି ତାହାକୁ ଅପେକ୍ଷା କରାଯାଇଛି।

ପାକିସ୍ତାନ ଏହାକୁ ମିଶାଇ ଭାରତରେ ଅନୁଷ୍ଠିତ ଦ୍ୱିତୀୟ ଇଭେଣ୍ଟରୁ ଓହରିଲା। ଏହାପୂର୍ବରୁ ଚଳିତବର୍ଷ ଅଗଷ୍ଟ ୨୯ରୁ ସେପ୍ଟେମ୍ବର ୭ପର୍ଯ୍ୟନ୍ତ ବିହାରର ରାଜଗିରିରେ ଅନୁଷ୍ଠତି ପୁରୁଷ ଏସିଆ କପ୍‌ରୁ ମଧ୍ୟ ପାକିସ୍ତାନ ଓହରିଯାଇଥିଲା। ଏପ୍ରିଲ ୨୨ରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତର ଅପରେଶନ ସିନ୍ଦୁର କାର୍ଯ୍ୟାନୁଷ୍ଠାନ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରୀଡ଼ା ସମ୍ପର୍କରେ ତିକ୍ତତା ଦେଖା ଦେଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?