ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବ ପାକିସ୍ତାନ, ପ୍ରସ୍ତାବ ସଂସଦରେ ଆଗତ…

ଇସଲାମାବାଦ,୨୯।୩ : ଦେଶର ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ପାକିସ୍ତାନ ସରକାର ସଂସଦରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କହିଥିଲେ ଯେ ଯଦି ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବାକୁ ସଂସଦ ଆଇନ ନ କରେ ତେବେ ଇତିହାସ ଆମକୁ କ୍ଷମା କରିବ ନାହିଁ। ଆଇନ ମନ୍ତ୍ରୀ ଆଜମ ନାଜିର ତାରାର କ୍ୟାବିନେଟ ଅନୁମୋଦନ ପରେ ସଂସଦରେ ଦ ସୁପ୍ରିମକୋର୍ଟ ପ୍ରାକ୍ଟିସ ଆଣ୍ଡ ପ୍ରୋସେଜର ଆକ୍ଟ-୨୦୨୩ ଉପସ୍ଥାପନ କରିଛନ୍ତି।

ଉଲ୍ଲେଖନୀୟ କଥା ହେଉଛି, ସଂସଦରେ ଏହି ବିଲ ଆଗତ ହେବା ଏବଂ ପ୍ରଧାନମନ୍ତ୍ରୀ ସରିଫଙ୍କ ଏହି ବିବୃତ୍ତି ଏକ ସମୟରେ ଆସିଥିଲା ଯେତେବେଳେ ପାକିସ୍ତାନ ସୁପ୍ରିମକୋର୍ଟର ଦୁଇ ଜଣ ବିଚାରପତି ଦେଶର ସର୍ବୋଚ୍ଚ ବିଚାରପତିଙ୍କ କ୍ଷମତା ଉପରେ ପ୍ରଶ୍ନ ଉଠାଇଥିଲେ।

ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରି ସରିଫ ସୁପ୍ରିମକୋର୍ଟର ଜଷ୍ଟିସ ମାନସୁର ଅଲି ଶାହା ଏବଂ ଜଷ୍ଟିସ ଜମାଲ ଖାନ ମାଣ୍ଡୋଖେଲଙ୍କ ଅସନ୍ତୋଷପୂର୍ଣ୍ଣ ବିଚାର ବିଷୟରେ କହିଥିଲେ, ଯାହା ପ୍ରଧାନ ବିଚାରପତିଙ୍କୁ ସ୍ବତଃପ୍ରବୃତ୍ତ ଭାବେ କୌଣସି ପ୍ରସଙ୍ଗରେ କାର୍ଯ୍ୟ କରିବାକୁ ଅନୁମତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri