Posted inଖେଳ

ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ

ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ୫ ରନରେ ଘରୋଇ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜ ୧-୧ରେ ଅମୀମାଂସିତ ରହିଛି। ଟସ୍‌ ଜିତି ଇଂଲଣ୍ଡ ପାକିସ୍ତାନକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ଅଭିଜ୍ଞ ମହମ୍ମଦ ହାଫିଜ୍‌ ଓ ପଦାର୍ପଣ କରିଥିବା ହାଇଦର ଅଲୀ ଦମ୍‌ଦାର ପ୍ରଦର୍ଶନ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୯୦ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୮ ଉଇକେଟ ହରାଇ ୧୮୫ ରନରେ ସୀମିତ ରହି ବିଜୟଠାରୁ ୬ ରନ ଦୂରରେ ରହିଯାଇଥିଲା। ୫୨ ବଲରୁ ୪ ଚୌକା ଓ ୬ ଛକା ବଳରେ ଦ୍ରୁତ ଅପରାଜିତ ୮୬ ରନ କରିଥିବା ହାଫିଜ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ ଓ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।
୧୯୧ରନ ଟାର୍ଗେଟର ପିଛା କରି ଇଂଲଣ୍ଡ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ଚାପର ବଶବର୍ତ୍ତୀ ହୋଇଥିଲା। ଓପନର ଟମ୍‌ ବାଣ୍ଟନ ୪୬, ମୋଇନ ଅଲୀ ୬୧, ସାମ ବିଲିଙ୍ଗ୍ସ ୨୬, ଅଧିନାୟକ ଇଅନ ମୋର୍ଗାନ ୧୦, ଲୁଇସ୍‌ ଗ୍ରେଗୋରୀ ୧୨ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଶାହିନ ଶାହ ଆଫ୍ରିଦି ଓ ଓ୍ବାହାବ ରିୟାଜ ୨ଟି ଲେଖାଏ, ଇମାଦ ଓ୍ବାସିମ ଓ ହାରିସ ରୌଫ ଗୋଟିଏ କରି ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ତରଫରୁ ଓପନର ତଥା ବାବର ଆଜମ ୨୧ ରନ କରି ଆଉଟ ହୋଇଥିଲେ। ପ୍ରଥମେ ଫଖର ଜମାନ ୧ ରନ କରି ଆଉଟ ହୋଇଥିଲେ ଓ ପାକିସ୍ତାନ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ୧୯ ବର୍ଷୀୟ ନବାଗତ ହାଇଦର ଅଲୀ ୩୩ ବଲରୁ ୫ ଚୌକା ଓ ୨ ଛକା ସହ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେହିପରି ଅଭିଜ୍ଞତାରୁ ଫାଇଦା ଉଠାଇ ହାଫିଜ୍‌ ୮୬ ରନର ଉପଯୋଗୀ ପାଳି ଖେଳି ଅପରାଜିତ ରହିବା ସହ ପାକସ୍ତାନକୁ ଚ୍ୟାଲେଞ୍ଜିଂ ସ୍କୋର ପ୍ରଦାନ କରିଥିଲେ। ତୃତୀୟ ଉଇକେଟରେ ହାଫିଜ୍‌ ଓ ହାଇଦର ୬୧ ବଲରୁ ୧୦୦ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଦାବ ଖାନ ୧୫ ରନ କରି ଆଉଟ ହୋଇଥିବା ବେଳେ ଇମାଦ ଓ୍ବାସିମ ୬ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ କ୍ରିସ୍‌ ଜୋର୍ଡାନ ୨, ମୋଇନ ଅଲି ଓ ଟମ୍‌ କୁରାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ପ୍ରଥମ ଟି୨୦ରେ ବର୍ଷା କାରଣରୁ ଫଳାଫଳ ମିଳି ନ ଥିଲା। ତେବେ ଦ୍ୱିତୀୟ ଟି୨୦ରେ ଇଂଲଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri