Posted inଖେଳ

ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ

ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ୫ ରନରେ ଘରୋଇ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜ ୧-୧ରେ ଅମୀମାଂସିତ ରହିଛି। ଟସ୍‌ ଜିତି ଇଂଲଣ୍ଡ ପାକିସ୍ତାନକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ଅଭିଜ୍ଞ ମହମ୍ମଦ ହାଫିଜ୍‌ ଓ ପଦାର୍ପଣ କରିଥିବା ହାଇଦର ଅଲୀ ଦମ୍‌ଦାର ପ୍ରଦର୍ଶନ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୯୦ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୮ ଉଇକେଟ ହରାଇ ୧୮୫ ରନରେ ସୀମିତ ରହି ବିଜୟଠାରୁ ୬ ରନ ଦୂରରେ ରହିଯାଇଥିଲା। ୫୨ ବଲରୁ ୪ ଚୌକା ଓ ୬ ଛକା ବଳରେ ଦ୍ରୁତ ଅପରାଜିତ ୮୬ ରନ କରିଥିବା ହାଫିଜ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ ଓ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।
୧୯୧ରନ ଟାର୍ଗେଟର ପିଛା କରି ଇଂଲଣ୍ଡ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ଚାପର ବଶବର୍ତ୍ତୀ ହୋଇଥିଲା। ଓପନର ଟମ୍‌ ବାଣ୍ଟନ ୪୬, ମୋଇନ ଅଲୀ ୬୧, ସାମ ବିଲିଙ୍ଗ୍ସ ୨୬, ଅଧିନାୟକ ଇଅନ ମୋର୍ଗାନ ୧୦, ଲୁଇସ୍‌ ଗ୍ରେଗୋରୀ ୧୨ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଶାହିନ ଶାହ ଆଫ୍ରିଦି ଓ ଓ୍ବାହାବ ରିୟାଜ ୨ଟି ଲେଖାଏ, ଇମାଦ ଓ୍ବାସିମ ଓ ହାରିସ ରୌଫ ଗୋଟିଏ କରି ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ତରଫରୁ ଓପନର ତଥା ବାବର ଆଜମ ୨୧ ରନ କରି ଆଉଟ ହୋଇଥିଲେ। ପ୍ରଥମେ ଫଖର ଜମାନ ୧ ରନ କରି ଆଉଟ ହୋଇଥିଲେ ଓ ପାକିସ୍ତାନ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ୧୯ ବର୍ଷୀୟ ନବାଗତ ହାଇଦର ଅଲୀ ୩୩ ବଲରୁ ୫ ଚୌକା ଓ ୨ ଛକା ସହ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେହିପରି ଅଭିଜ୍ଞତାରୁ ଫାଇଦା ଉଠାଇ ହାଫିଜ୍‌ ୮୬ ରନର ଉପଯୋଗୀ ପାଳି ଖେଳି ଅପରାଜିତ ରହିବା ସହ ପାକସ୍ତାନକୁ ଚ୍ୟାଲେଞ୍ଜିଂ ସ୍କୋର ପ୍ରଦାନ କରିଥିଲେ। ତୃତୀୟ ଉଇକେଟରେ ହାଫିଜ୍‌ ଓ ହାଇଦର ୬୧ ବଲରୁ ୧୦୦ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଦାବ ଖାନ ୧୫ ରନ କରି ଆଉଟ ହୋଇଥିବା ବେଳେ ଇମାଦ ଓ୍ବାସିମ ୬ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ କ୍ରିସ୍‌ ଜୋର୍ଡାନ ୨, ମୋଇନ ଅଲି ଓ ଟମ୍‌ କୁରାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ପ୍ରଥମ ଟି୨୦ରେ ବର୍ଷା କାରଣରୁ ଫଳାଫଳ ମିଳି ନ ଥିଲା। ତେବେ ଦ୍ୱିତୀୟ ଟି୨୦ରେ ଇଂଲଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri