Posted inଖେଳ

ଟି୨୦ ସିରିଜ ଜିତିଲା ପାକିସ୍ତାନ: ଜିମ୍ବାଓ୍ବେ ୨୪ରନରେ ପରାସ୍ତ

ହାରାରେ,୨୬।୪: ସ୍ଥାନୀୟ ହାରାରେ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ଘରୋଇ ଜିମ୍ବାଓ୍ବେକୁ ୨୪ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୨-୧ରେ ବିଜୟୀ ହୋଇଛି। ପାକିସ୍ତାନର ହାସନ ଅଲୀ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ମହମ୍ମଦ ରିଜଓ୍ବାନ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ଉଇକେଟ ହରାଇ ୧୬୫ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ଓପନର ମହମ୍ମଦ ରିଜଓ୍ବାନ ୯୧ (୬୦ ବଲ, ୫ ଚୌକା, ୩ ଛକା), ଅଧିନାୟକ ବାବର ଆଜମ ୫୨ (୪୬ ବଲ, ୫ ଚୌକା), ସର୍ଜିଲ ଖାଁ ୧୮ ରନକରି ଆଉଟ ହୋଇଥିଲେ। ଜିମ୍ବାଓ୍ବେ ପାଇଁ ବୋଲିଂରେ ଲୁକ୍‌ ଜଙ୍ଗଓ୍ବେ ୩ଟି ଯାକ ଉଇକେଟ ଅକ୍ତିଆର କରିଥିଲେ।
୧୬୬ ରନ ଟାର୍ଗେଟର ପିଛା କରି ଜିମ୍ବାଓ୍ବ ଏକଦା ୪ ଉଇକେଟ ହରାଇ ୧୩୩ ରନକରି ସୁବିଧାଜନକ ସ୍ଥିତିରେ ରହିଥିଲେ ମଧ୍ୟ ମ୍ୟାଚ୍‌ ହାତଛଡ଼ା କରିଥିଲା। ଦଳ ତରଫରୁ ଓପନର ଓ୍ବେସଲି ମାଧେଭେରେ ୫୯, ତାଡିଓ୍ବାନାଶେ ମାରୁମାନି ୩୫, ବ୍ରେଣ୍ଟନ ଟେଲର ୨୦, ତାରିସାଇ ମୁସାକାଣ୍ଡା ୧୦ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ହାସନ ଅଲୀ ସର୍ବାଧିକ ୪, ହାରିସ ରୌଫ ୨ ଓ ମହମ୍ମଦ ହାସନେନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ୨୦ ଓଭରରେ ୧୬୫/୩
(ରିଜଓ୍ବାନ- ୯୧*, ବାବର- ୫୨, ସର୍ଜିଲ- ୧୮, ଜଙ୍ଗଓ୍ବେ- ୩/୩୭)
ଜିମ୍ବାଓ୍ବେ ୨୦ ଓଭରରେ ୧୪୧/୭
(ମାଧେଭେରେ- ୫୯, ମାରୁମାନି- ୩୫, ଟେଲର- ୨୦, ହାସନ ଅଲୀ- ୪/୧୮, ହାରିସ- ୨/୩୪, ହାସନେନ- ୧/୨୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri