Posted inଖେଳ

ଟି୨୦ ସିରିଜ ଜିତିଲା ପାକିସ୍ତାନ: ଜିମ୍ବାଓ୍ବେ ୨୪ରନରେ ପରାସ୍ତ

ହାରାରେ,୨୬।୪: ସ୍ଥାନୀୟ ହାରାରେ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ଘରୋଇ ଜିମ୍ବାଓ୍ବେକୁ ୨୪ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୨-୧ରେ ବିଜୟୀ ହୋଇଛି। ପାକିସ୍ତାନର ହାସନ ଅଲୀ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ମହମ୍ମଦ ରିଜଓ୍ବାନ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ଉଇକେଟ ହରାଇ ୧୬୫ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ଓପନର ମହମ୍ମଦ ରିଜଓ୍ବାନ ୯୧ (୬୦ ବଲ, ୫ ଚୌକା, ୩ ଛକା), ଅଧିନାୟକ ବାବର ଆଜମ ୫୨ (୪୬ ବଲ, ୫ ଚୌକା), ସର୍ଜିଲ ଖାଁ ୧୮ ରନକରି ଆଉଟ ହୋଇଥିଲେ। ଜିମ୍ବାଓ୍ବେ ପାଇଁ ବୋଲିଂରେ ଲୁକ୍‌ ଜଙ୍ଗଓ୍ବେ ୩ଟି ଯାକ ଉଇକେଟ ଅକ୍ତିଆର କରିଥିଲେ।
୧୬୬ ରନ ଟାର୍ଗେଟର ପିଛା କରି ଜିମ୍ବାଓ୍ବ ଏକଦା ୪ ଉଇକେଟ ହରାଇ ୧୩୩ ରନକରି ସୁବିଧାଜନକ ସ୍ଥିତିରେ ରହିଥିଲେ ମଧ୍ୟ ମ୍ୟାଚ୍‌ ହାତଛଡ଼ା କରିଥିଲା। ଦଳ ତରଫରୁ ଓପନର ଓ୍ବେସଲି ମାଧେଭେରେ ୫୯, ତାଡିଓ୍ବାନାଶେ ମାରୁମାନି ୩୫, ବ୍ରେଣ୍ଟନ ଟେଲର ୨୦, ତାରିସାଇ ମୁସାକାଣ୍ଡା ୧୦ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ହାସନ ଅଲୀ ସର୍ବାଧିକ ୪, ହାରିସ ରୌଫ ୨ ଓ ମହମ୍ମଦ ହାସନେନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ୨୦ ଓଭରରେ ୧୬୫/୩
(ରିଜଓ୍ବାନ- ୯୧*, ବାବର- ୫୨, ସର୍ଜିଲ- ୧୮, ଜଙ୍ଗଓ୍ବେ- ୩/୩୭)
ଜିମ୍ବାଓ୍ବେ ୨୦ ଓଭରରେ ୧୪୧/୭
(ମାଧେଭେରେ- ୫୯, ମାରୁମାନି- ୩୫, ଟେଲର- ୨୦, ହାସନ ଅଲୀ- ୪/୧୮, ହାରିସ- ୨/୩୪, ହାସନେନ- ୧/୨୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?