Posted inଖେଳ

ଦିନିକିଆ ସିରିଜ ଜିତିଲା ପାକିସ୍ତାନ

ସେଞ୍ଚୁରିଆନ,୮।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ୨୮ ରନରେ ବିଜୟୀ ହୋଇଛି। ସ୍ଥାନୀୟ ସୁପର ସ୍ପୋର୍ଟ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୩୨୦ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୪୯.୩ ଓଭରରେ ୨୯୨ ରନକରି ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୨-୧ରେ ବିଜୟୀ ହୋଇଛି। ଫଖର ଜମାନ ପ୍ଲେୟାର ଅଫ୍‌ ଦି ସିରିଜ ଓ ଅଧିନାୟକ ବାବର ଆଜମ ପ୍ଲେୟାର ଅଫ୍‌ ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ପାକିସ୍ତାନ ତରଫରୁ ଜମାନ ୧୦୧ ରନର ଶତକୀୟ ଇନିଂସ, ଆଜମ ୯୪, ଇମାମ ଉଲ ହକ ୫୭ ରନ ସଂଗ୍ରହ କରିଥିଲେ। ଘରୋଇ ଦଳ ତରଫରୁ କେଶବ ମହାରଜ ୩, ଏଡେନ ମାରାକ୍ରାମ ୨ ଉଇକେଟ ନେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକା ତରଫରୁ ଓପନର ଜାନେମନ ମଲାନ ୭୦, କାଏଲ ଭେରେୟନ ୬୨, ଆଣ୍ଡିଲ ଫେଲୁକ୍ୱାୟୋ ୫୪ ରନ ସଂଗ୍ରହ କରିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଶାହିନ ଶାହା ଆଫ୍ରିଦି ଓ ମହମ୍ମଦ ନଓ୍ବାଜ ୩ଟି ଲେଖାଏ, ହାରିସ ରୌଫ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ୫୦ ଓଭରରେ ୩୨୦/୭
(ଜମାନ- ୧୦୧, ଆଜମ- ୯୪, ମହାରାଜ- ୩/୪୫, ମାରକ୍ରାମ- ୨/ ୪୮)।
ଦକ୍ଷିଣ ଆଫ୍ରିକା ୪୯. ୩ ଓଭରରେ ୨୯୨ ଅଲଆଉଟ୍‌
(ଜାନେମାନ ମଲାନ- ୭୦, ଭେରେୟନ- ୬୨, ଫେଲୁକ୍ୱାୟୋ- ୫୪, ଆଫ୍ରିଦି- ୩/୫୮, ନଓ୍ବାଜ- ୩/୩୪, ରୌଫ- ୨/୪୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?