Posted inଖେଳ

ପାକିସ୍ତାନ ୩-୦ରେ ସିରିଜ ବିଜୟୀ

ରାଓ୍ବଲପିଣ୍ଡି, ୧୧ା୧୧-ସ୍ଥାନୀୟ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ଖେଳାଯାଇଥିବା ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ପାକିସ୍ତାନ ୮ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୩-୦ରେ ଜିତିନେଇଛି। ମଙ୍ଗଳବାର ଅନୁଷ୍ଠିତ ଅନ୍ତିମ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ନିର୍ଦ୍ଧାରିତ ୨୦ ଓଭରରେ ୯ଉଇକେଟ ହରାଇ ୧୨୯ ରନ କରିଥିଲା। ଅଧିନାୟକ ଚାମୁ ଚିଭାବା ୩୧, ଡୋନାଲ୍ଡ ତିରିପାନୋ ୨୮ ଏବଂ ମିଲ୍‌ଟନ ଶୁମ୍ବା ଓ ଓ୍ବେଲିଂଟନ ମାସାକାଡ୍‌ଜା ୧୧ରନ ଲେଖାଏଁ କରିଥିବାବେଳେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଏଲଟନ ଚିଗୁମ୍ବୁରାଙ୍କର ଏହା ଥିଲା ଅନ୍ତର୍ଜାତୀୟ ଫେୟାରଓ୍ବେଲ ମ୍ୟାଚ। ସେ ମାତ୍ର ୨ ରନ କରିଥିଲେ। ଘରୋଇ ପାକିସ୍ତାନ ଦଳର ସଫଳ ବୋଲର ଉସ୍‌ମାନ କାଦିର ମାତ୍ର ୧୩ ରନ ବିନିମୟରେ ୪ ଉଇକେଟ ହାସଲ କରିଥିଲେ। ଇମାଦ ଓ୍ବାସିମ ୨ ଏବଂ ମହମ୍ମଦ ହାସନେନ୍‌ ଓ ହାରିସ୍‌ ରଫ୍‌୍‌ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ। ପାକିସ୍ତାନ ୧୩୦ରନର ବିଜୟ ଲକ୍ଷ୍ୟକୁ ୧୫.୨ ଓଭରରେ ମାତ୍ର ୨ଉଇକେଟ ବିନିମୟରେ ହାସଲ କରି ନେଇଥିଲା। ଅବ୍‌ଦୁଲ୍ଲା ସଫିକ୍‌ ୪୧ ଏବଂ ଖୁସ୍‌ଦିଲ୍‌ ଶାହା ୩୬ ରନ କରି ଅପରାଜିତ ରହିଥିଲେ। ହାଇଦର ଅଲୀ ୨୭ ଏବଂ ଫଖର ଜମାନ ୨୧ ରନ କରିଥିଲେ। ମାସାକାଡ୍‌ଜା ଓ ଶୁମ୍ବା ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ। ଉସ୍‌ମାନ କାଦିର ଉଭୟ ମ୍ୟାନ ଅଫ୍‌ ଦି ମ୍ୟାଚ ଓ ମ୍ୟାନ୍‌ ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ। ଜିମ୍ବାଓ୍ବେ ବର୍ତ୍ତମାନ ଗୋଟିଏ ଅନ୍ତର୍ଜାତୀୟ ଦିନିକିଆରେ ବିଜୟ ସହ ସ୍ବଦେଶ ଫେରିବ। ପାକିସ୍ତାନ ଏହି ହ୍ବାଇଟ୍‌ ବଲ ସିରିଜରୁ ଦୃଢ଼ ଆତ୍ମବିଶ୍ୱାସ ସହ ପାକିସ୍ତାନ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଟୁର୍‌ରେ ଯିବ। ସେଠାରେ ଏକ ପୂର୍ଣ୍ଣାଙ୍ଗ ଟୁର୍‌ ଡିସେମ୍ବର ୧୮ରୁ ଆରମ୍ଭ ହେବ।
ସଂକ୍ଷିପ୍ତ ସ୍କୋର
ଜିମ୍ବାଓ୍ବେ: ୨୦ ଓଭରରେ ୧୨୯/୯ (ଚିଭାବା-୩୧, ତିରିପାନୋ-୨୮, ଉସ୍‌ମାନ କାଦିର-୪/୧୩, ଇମାଦ ଓ୍ବାସିମ୍‌-୨/୨୭)।
ପାକିସ୍ତାନ: ୧୫.୨ ଓଭରରେ ୧୩୦/୨ (ଅବ୍‌ଦୁଲ୍ଲା ସଫିକ୍‌-୪୧*, ଖୁସ୍‌ଦିଲ୍‌ ଶାହା-୩୬*, ହାଇଦର ଅଲୀ-୨୭, ଫଖର ଜମାନ-୨୧, ମାସାକାଡ୍‌ଜା-୧/୧୯, ଶୁମ୍ବା-୧/୨୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri