Posted inଜାତୀୟ

‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଲେ ହେବ କଡା କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୨୫ ।୯: ରାଷ୍ଟ୍ରୀୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ନେତୃତ୍ୱରେ ଗୁରୁବାର ୧୫ ରାଜ୍ୟରେ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫଆଇ)ର କାର୍ଯ୍ୟାଳୟ ଉପରେ ଚଢାଉ କରାଯାଇଥିଲା । ଏହି ଚଢାଉ ସମୟରେ ପ୍ରାୟ ୧୦୬ ଜଣଙ୍କୁ ଅଟକ ରଖାଯାଇଥିଲା । ପିଏଫଆଇ କର୍ମୀ ଏହାର ବିରୋଧରେ ଶୁକ୍ରବାର ମହାରାଷ୍ଟ୍ରର ପୁଣେ ସହରର ଜିଲା କଲେକ୍ଟରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିଥିଲେ । ଏହି ସମୟରେ ପ୍ରଦର୍ଶନକାରୀ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିଲେ ।
ପିଏଫଆଇ କର୍ମୀଙ୍କ ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ କହୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି । ହେଲେ ସେତେବେଳେ ସେଠାରେ ବହୁ ଜନଗହଳି ଓ କୋଳାହଳ ଥିବାରୁ ଏହା ସ୍ପଷ୍ଟ ଶୁଣାଯାଉ ନାହିଁ । କିନ୍ତୁ ସେଠାରେ ଥିବା ଖବରଦାତାମାନେ ଏହା ସତ୍ୟ ବୋଲି କହିଛନ୍ତି । ପିଏଫଆଇର କେତେଜଣ ସଦସ୍ୟକୁ ପୁଣେ ପୋଲିସ ଅଟକ ରଖିଥିବା ବେଳେ ରବିବାର ସକାଳେ ସେମାନଙ୍କୁ ଗିରଫ କରାଯାଇଛି । ପୋଲିସ ଏମାନଙ୍କ ବିରୋଧରେ ମାମଲା ବି ଦାୟର କରିଛି ।
ଏହି ଘଟଣାକୁ ନେଇ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଓ ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭିଶ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଏହି ଘଟଣାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେ କହିଛନ୍ତି ମହାରାଷ୍ଟ୍ରରେ ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେଉଥିବା ଯେ କୌଣସି ବ୍ୟକ୍ତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ନୀତେଶ ରାଣା ଏମିତି ସ୍ଲୋଗାନ ଦେଉଥିବା ବ୍ୟକ୍ତିଙ୍କୁ ଚେତାବନୀ ଦେଇଛନ୍ତି । ଏହାସହ ପିଏଫଆଇ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri