Posted inଜାତୀୟ

ପାକିସ୍ତାନ ଜିନ୍ଦାବାଦ ବରଦାସ୍ତ କରାଯିବ ନାହିଁ, କହିଲେ ଶିନ୍ଦେ…

ମୁମ୍ବାଇ, ୨୪।୯ : ପୁଣେର କଲେକ୍ଟର ଭବନରେ ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନକୁ ନେଇ ମହାରାଷ୍ଟ୍ରର ରାଜନୀତିରେ ଆରୋପ ପ୍ରତ୍ୟାରୋପ ତୀବ୍ର ହେବାରେ ଲାଗିଛି। ଭାଜପା ନେତାଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଧ୍ୟ ଏ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶିନ୍ଦେ ଖୋଲାଖୋଲି ଭାବେ କହିଛନ୍ତି। ଶିବାଜୀଙ୍କ ମାଟିରେ ଏଭଳି ସ୍ଲୋଗାନକୁ ବରଦାସ୍ତ କରାଯିବ ନାହିଁ। ତେବେ ପ୍ରଶାସନ ଏଭଳି ସ୍ଲୋଗାନକୁ ଅସ୍ବୀକାର କରିଛି।

ସୂଚନାନୁସାରେ, ଗୁରୁବାର ଏନଆଇଏ ପିଏଫଆଇର ଅନେକ ସ୍ଥାନରେ ଚଢ଼ାଉ କରିଥିଲା। ଏହାକୁ ବିରୋଧ କରି ପିଏଫଆଇ ଅନେକ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା। ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଦର୍ଶାଯାଇଛି ଯେ ଶୁକ୍ରବାର ପୁଣେରେ ପିଏଫଆଇ ଦ୍ୱାରା ଆୟୋଜିତ ଏକ ବିକ୍ଷୋଭରେ ପାକିସ୍ତାନ ଜିନ୍ଦାବାଦର ସ୍ଲୋଗାନ ଦିଆଯାଇଥିଲା। ଯେଉଁଥିରେ ଭାଜପା ଏବଂ ମହାରାଷ୍ଟ୍ର ସରକାରଙ୍କ ତୀବ୍ର ପ୍ରତିକ୍ରିୟା ସାମ୍ନାକୁ ଆସିଛି।

ଶିନ୍ଦେ ଟୁଇଟ କରି କହିଛନ୍ତି, ପାକିସ୍ତାନ ଜିନ୍ଦବାଦର ସ୍ଲୋଗାନ ଦେଉଥିବା ସାମାଜିକ କର୍ମୀଙ୍କ ଧାରାକୁ ବିରୋଧ କରିବା ପୁଣେରେ ଠିକ ନୁହେଁ। ପୋଲିସ ବ୍ୟବସ୍ଥା ସେମାନଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଶିବାଜୀଙ୍କ ମାଟିରେ ଏଭଳି ସ୍ଲୋଗାନକୁ ବରଦାସ୍ତ କରାଯିବ ନାହିଁ।

ଅପରପକ୍ଷରେ, ଏହି ମାମଲା ଆସିବା ପରେ ଭାଜପା ନେତାଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ପୁଣେରେ ପାକିସ୍ତାନ ସମର୍ଥକ ସ୍ଲୋଗାନ ଦେଉଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ବୋଲି ଭାଜପା ବିଧାୟକ ନୀତୀଶ ରାଣେ ଚେତାବନୀ ଦେଇଛନ୍ତି। ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଇବାକୁ ସେ ଦାବି କରିଛନ୍ତି।

ଉଲ୍ଲେଖନୀୟ ଯେ, ପ୍ରଦର୍ଶନ ସମୟରେ ପୋଲିସ ପ୍ରାୟ ୪୦ ଜଣ ବିକ୍ଷୋଭକାରୀଙ୍କୁ ଅଟକ ରଖିଥିଲା। ପୁଣେ ପୋଲିସ କହିଛି ଯେ ସେମାନେ ଏହି ଘଟଣାର ଅନୁସନ୍ଧାନ କରୁଛନ୍ତି। ଡେପୁଟି କମିଶନର ସାଗର ପାଟିଲ କହିଛନ୍ତି ଯେ ବେଆଇନ ସମାବେଶ ପାଇଁ ଆମେ ପିଏଫଆଇ ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ କରିସାରିଛୁ ଏବଂ ସ୍ଲୋଗାନ ଦେବା ପ୍ରସଙ୍ଗରେ ମଧ୍ୟ ଦୃଷ୍ଟି ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri