ପାକିସ୍ତାନୀ ସେନା-ଆତଙ୍କବାଦୀ ମୁହାଁମୁହିଁ: ୮ ଆତଙ୍କବାଦୀ ନିହତ …

ଇସଲାମବାଦ,୬।୪ : ଖାଇବର ପସ୍ତୁନଖ୍ବା ପ୍ରଦେଶରେ ଆତଙ୍କବାଦୀ ଲୁଚି ରହିଥିବା ଅଞ୍ଚଳରେ ରାତାରାତି ପାକିସ୍ତାନୀ ସେନା ଦ୍ୱାରା ହୋଇଥିବା ଆକ୍ରମଣରେ ଆଠ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିରେ ଜଣେ ସୈନିକଙ୍କର ମଧ୍ୟ ମୃତ୍ୟୁ ଘଟିଛି।

ସେନାର ଗଣମାଧ୍ୟମ ଆଇଏସପିଆର (ଆନ୍ତଃ ସେବା ଜନସମ୍ପର୍କ) ଏକ ବିବୃତ୍ତିରେ କହିଛି ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ଗୁପ୍ତଚର ସୂଚନା ଆଧାରରେ ହୋଇଥିବା ଅପରେଶନରେ ପ୍ରଥମେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ, ଏହାର ଉତ୍ତରରେ ସୈନ୍ୟମାନେ ପାଲଟା ଗୁଳୀ ଚାଳନା କରିଥିଲେ। ଆତଙ୍କବାଦୀ କମାଣ୍ଡର ଜନ ମହମ୍ମଦ ଛଦ୍ମନାମ ଚାର୍ଜଙ୍କ ସମେତ ଆଠ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ନିକଟରୁ ବହୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ମୃତକମାନେ କେଉଁ ଆତଙ୍କବାଦୀ ଗୋଷ୍ଠୀର ତାହା ଚିହ୍ନଟ ହୋଇ ନାହିଁ।

ସୂଚନାଯୋଗ୍ୟ, ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପାଇବା ପରେ ସରକାର ଏହା ବିରୋଧରେ ଅଭିଯାନକୁ ଜୋରଦାର କରିଛନ୍ତି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତ ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ୧,୯୫୦ ଅପରେଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri