Posted inଖେଳ

ଧୋନୀଙ୍କୁ ଇମରାନଙ୍କ ସହ ତୁଳନା କଲେ ପାକିସ୍ତାନର ପୂର୍ବ ଅଧିନାୟକ: କହିଲେ ଏଭଳି କିଛି..

ନୂଆଦିଲ୍ଲୀ,୩୦।୮: ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏନେଇ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଜଣାଇବା ପରେ କ୍ରିକେଟ ପ୍ରତି ଯୋଗଦାନ ନିମନ୍ତେ କୋଟି କୋଟି ଲୋକ ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କ୍ରମରେ ପାକିସ୍ତାନର ପୂର୍ବତନ ଅଧିନାୟକ ରଶିଦ ଲାତିଫ୍‌ ଧୋନୀଙ୍କୁ କେବଳ ଭାରତର ନୁହେଁ, ବରଂ ପୁରା ଦୁନିଆର ଆଇକନ୍‌ ବୋଲି କହିଛନ୍ତି। ଏପରିକି ଧୋନୀ ଇମରାନ୍‌ ଖାନ୍‌ଙ୍କ ଭଳି ଲିଡର୍‌ ବୋଲି କହିଛନ୍ତି।

ଏକ ସାକ୍ଷାତକାରରେ ଯୋଗଦେବା ସମୟରେ ଲାତିଫ୍‌ ଧୋନୀଙ୍କ ଭୁରି ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଧୋନୀଙ୍କୁ ଧୋନୀ କରିବା ପଛରେ ପ୍ରଥମ ଯୋଗଦାନ ମହମ୍ମଦ ଆଜାରୁଦ୍ଦିନଙ୍କ ରହିଛି। ସେ ଭାରତୀୟ କ୍ରିକେଟ ପାଇଁ ସୌରଭ ଗାଙ୍ଗୁଲୀଙ୍କ ଭଳି ହୀରା ଛାଡ଼ି ଯାଇଥିଲେ। ଏହାପରେ ଗାଙ୍ଗୁଲୀ ଧୋନୀଙ୍କୁ ଆଣି ଆସିଥିଲେ। ଏକଦା ଆମ ଟିମ୍‌ର ଜଣେ ଖେଳାଳି ମୋତେ ଫୋନ କରି ଭାରତୀୟ ଟିମ୍‌କୁ ଏପରି ଜଣେ ଖେଳାଳି ଆସିଛନ୍ତି ଯିଏ ସଚିନ ତେନ୍ଦୁଲକରଙ୍କୁ ଭୁଲାଇ ଦେବ ବୋଲି କହିଥିଲେ। ହେଲେ ତାହା ବିଶ୍ୱାସ କରିପାରି ନ ଥିଲି। ସେ ପ୍ରଥମ ଅଧିନାୟକ ଭାବେ ଟି-୨୦ ବିଶ୍ୱକପ୍‌, ଏକଦୀବସୀୟ ୫୦ ଓଭର ବିଶ୍ୱକପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫି ଜିତିଥିଲେ। ଏପରି ଅନ୍ୟ କୌଣସି ଅଧିନାୟକ କରିନାହାନ୍ତି। ଆମ ପ୍ରଧାନମନ୍ତ୍ରୀ ଇମରାନ ନିଜର ଲିଡରସିପ୍‌ ପାଇଁ ଜଣାଶୁଣା। ସେ କଷ୍ଟ କରିବାକୁ ପ୍ରସ୍ତୁତ ଥାନ୍ତି। ସେ ନିଜର ଟିମ୍‌ରେ ନୂଆ ଖେଳାଳିଙ୍କୁ ସୁଯୋଗ ଦିଅନ୍ତି। ଧୋନୀଙ୍କୁ ବିଶ୍ୱର ସବୁ ଖେଳାଳି ଏବଂ ଅଧିନାୟକ ପ୍ରଶଂସା କରନ୍ତି। ଏଣୁ ଧୋନୀ କେବଳ ଭାରତର ନୁହେଁ ବରଂ ପୁରା ବିଶ୍ୱର ଆଇକନ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri