Posted inଖେଳ

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି, ଯେଉଁଥିରେ ସେ ନିଜ ମୃତ୍ୟୁ ଖବର ଦେଖୁଥିବା ନଜର ଆସୁଛନ୍ତି । ଆଜମ ଖାନ ନିଜେ ଏହି ଭିଡିଓକୁ ଇନ୍‌ଷ୍ଟାଗ୍ରାମରେ ସେୟାର କରିଛନ୍ତି ।

ଭାଇରାଲ୍‌ ଭିଡିଓରେ ଏକ ନ୍ୟୁଜ ଚ୍ୟାନେଲର ଲୋଗୋ ଦେଖାଯାଉଛି। ଏଥିରେ ଜଣେ ଆଙ୍କର ଆଜମ ଖାନଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ପଢ଼ୁଥିବା ଦାବି କରାଯାଇଛି । ଏହି ଖବର ଦେଖୁଥିବା ଆଜମ ମଜାକିଆ ଢଙ୍ଗରେ ପ୍ରତିକ୍ରିୟା ଦେଇଥିଲେ । ତାଙ୍କ ସହ ବସିଥିବା ଲୋକମାନେ ମଧ୍ୟ ହସୁଥିବା ଭିଡିଓରେ ଦେଖାଯାଉଛି।ଭିଡିଓରେ ନିଜ ମୃତ୍ୟୁ ଖବରକୁ ନେଇ ଆଜମ ଖାନ ମଜାକ କରି କହୁଥିବା ଶୁଣିବାକୁ ମିଳୁଛି ‘ଭଲ ଖେଳାଳି ଥିଲା ବିଚରା, କାଲି ପାକିସ୍ତାନ ପାଇଁ ଖେଳିବାର ଥିଲା, ଆଜି ମରିଗଲା।’ ଏହାପରେ ସେ ନିଜେ ହସିବା ସହ ତାଙ୍କ ସହ ଥିବା ଲୋକମାନେ ମଧ୍ୟ ହସୁଛନ୍ତି।

ତେବେ ଏଭଳି ଖବର କିପରି ପ୍ରସାରିତ ହେଲା, ତାହା ସ୍ପଷ୍ଟ ହୋଇନାହିଁ । ଏହା ଅନ୍ୟ କୌଣସି ଆଜମ ଖାନଙ୍କ ସମ୍ପର୍କିତ ଖବର ଥିଲା କିମ୍ବା ଭୁଲ୍‌ରେ କ୍ରିକେଟର ଆଜମ ଖାନଙ୍କ ଫଟୋ ବ୍ୟବହାର ହୋଇଥିଲା ସେନେଇ ମଧ୍ୟ ସ୍ପଷ୍ଟ ସୂଚନା ନାହିଁ। ୨୮ ବର୍ଷୀୟ ଆଜମ ଖାନ ପାକିସ୍ତାନର ପୂର୍ବତନ କ୍ରିକେଟର ମୋଇନ ଖାନଙ୍କ ପୁଅ । ସେ ପାକିସ୍ତାନ ପାଇଁ ୧୪ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୮୮ ରନ୍‌ କରିଛନ୍ତି । ଦୀର୍ଘ ସମୟ ଧରି ସେ ପାକିସ୍ତାନ ଦଳରୁ ବାହାରେ ଅଛନ୍ତି ଏବଂ ୨୦୨୪ ଜୁନ୍‌ରେ ଶେଷ ଥର ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?