ମତ୍ସ୍ୟଜୀବୀଙ୍କ ଜାଲରେ ପଡିଲା ଏଭଳି ମାଛ, ଯାହାର ଦାମ୍‌ ଜାଣିଲେ…

ଇସଲାମାବାଦ,୧୦।୧୧: ରାତାରାତି କୋଟିପତି ହେବାର କାହାଣୀ ଆମେ ପ୍ରାୟତଃ ଶୁଣିଛୁ। ହେଲେ ବାସ୍ତବ ଜୀବନରେ ଏଭଳି ଘଟଣା ଯାହାକୁ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବର୍ତ୍ତମାନ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କ ରାତାରାତି କୋଟିପତି ହେବାର କାହାଣୀ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ପାକିସ୍ତାନର ଇବ୍ରାହିମ ହାଇଦାରୀଙ୍କ ଭାଗ୍ୟ ବଦଳି ଯାଇଛି। ଯେତେବେଳେ ତାଙ୍କ ହାତରେ ‘ଗୋଲଡେନ ଫିସ’ (ସୋବା) ହାତରେ ଲାଗିଥିଲା। ଆରବ ସାଗରରୁ ଧରାଯାଇଥିବା ଏହି ମାଛ ମତ୍ସ୍ୟଜୀବୀଙ୍କ ଜୀବନକୁ ବଦଳାଇ ଦେଇଛି। ପାକିସ୍ତାନ ମତ୍ସ୍ୟଜୀବୀ ଫେକ ଫୋରମର ମୁବାରକ ଖାନ କହିଛନ୍ତି ଯେ, ଶୁକ୍ରବାର ସକାଳେ ମତ୍ସ୍ୟଜୀବୀ କରାଚି ବନ୍ଦରରେ ଧରିଥିବା ମାଛକୁ ନିଲାମ କରିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କାରଣ ସେହି ମାଛ ପ୍ରାୟ ସାତ କୋଟି (୭୦ ନିୟୁତ) ଟଙ୍କାରେ ବିକ୍ରି ହୋଇଛି।

ସୋବା ମାଛ ମୂଲ୍ୟବାନ ଏବଂ ବିରଳ ବୋଲି ବିବେଚନା କରାଯାଏ, କାରଣ ଏହାର ପେଟରୁ ନିର୍ଗତ ପଦାର୍ଥର ଆରୋଗ୍ୟ ଏବଂ ଔଷଧୀୟ ଗୁଣ ରହିଛି। ମାଛରୁ ମିଳିଥିବା ସୂତା ପରି ପଦାର୍ଥ ମଧ୍ୟ ସର୍ଜିକାଲ ପଦ୍ଧତିରେ ବ୍ୟବହୃତ ହୁଏ। ମାଛର ଓଜନ ୨୦ ରୁ ୪୦ କିଲୋଗ୍ରାମ। ଯାହା ପୂର୍ବ ଏସୀୟ ଦେଶଗୁଡିକରେ ବହୁତ ଚାହିଦା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri