Posted inଜାତୀୟ

ଭାରତ ସୀମାରେ ପାକିସ୍ତାନୀ ମୋବାଇଲ୍‌ ନେଟଓ୍ବାର୍କ ସକ୍ରିୟ…

ଜୟପୁର,୨୦।୭: ସୀମାରେ ପାକିସ୍ତାନୀ ନାଗରିକଙ୍କ ଅନୁପ୍ରବେଶ ସାଧାରଣ କଥା। ତେବେ ଏବେ ପାକିସ୍ତାନୀ ମୋବାଇଲ୍‌ ନେଟ୍‌ଓ୍ବାର୍କ ଭାରତ ସୀମାର ୪ କିଲୋମିଟର ଭିତରେ ମଧ୍ୟ ସକ୍ରିୟ ରହୁଛି। ରାଜସ୍ଥାନ ସୀମାରେ ଏଭଳି ପାକିସ୍ତାନୀ ମୋବାଇଲ୍‌ ନେଟ୍‌ଓ୍ବାର୍କର ଅନୁପ୍ରବେଶ ଜାରି ରହିଛି। ଏହାଦ୍ୱାରା ସୀମାରେ ଚୋରା କାରବାର ଏବଂ ଆତଙ୍କବାଦୀ କାର୍ଯ୍ୟକଳାପ ବଢ଼ିବାର ଆଶଙ୍କା ରହିଛି। ଏଲ୍‌ଓସିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା ପରେ ଗୁରୁତ୍ୱପୂର୍ଣ୍ଣ ଗୁପ୍ତ ସୂଚନା ହାସଲ କରିବା ପାଇଁ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଏଭଳି ଜାଣି କରାଯାଉଥିବା ସନ୍ଦେହ କରାଯାଉଛି। ଗତ ୨ ମାସ ଧରି ସୀମାର ତାରବାଡ଼ଠାରୁ ୪ କିଲୋମିଟର ଭିତରେ ମଧ୍ୟ ପାକିସ୍ତାନୀ ମୋବାଇଲ୍‌ ନେଟଓ୍ବାର୍କ ସକ୍ରିୟ ରହୁଥିବାର ଜଣାପଡ଼ିଛି। ରାଜସ୍ଥାନ ସୀମାଠାରୁ କିଛି ଦୂରରେ ଗବର କେହ ମଙ୍ଗଳ, ଦୁନଙ୍ଗାବାଙ୍ଗ୍‌, ଭାଓ୍ବଲ ନଗର, ଜୁମାନ୍ତର,ମନ୍ଥର ବଙ୍ଗଲୋ, ମିନଚନ୍ଦାବାଦ, ଖୋଖାରପାର୍‌, ରହିମୟାର ଖାଁ, ହାରୁନାବାଦ ସମେତ ୧୭ଟି ସ୍ଥାନରେ ମୋବାଇଲ୍‌ ଟାଓ୍ବାର ସ୍ଥାପନ କରିଛି। ଏହା ମାଧ୍ୟମରେ ପାକିସ୍ତାନ ପାକ୍‌ ପଲ୍‌, ଭେରିଡେଟଲ୍‌, ଟେଲେନୋର୍‌ ସହିତ ୮ଟି ମୋବାଇଲ୍‌ ନେଟ୍‌ଓ୍ବାର୍କ ପ୍ରଦାନକାରୀ କମ୍ପାନୀ ଦ୍ୱାରା ସେବା ଯୋଗାଣ ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ବିଏସ୍‌ଏଫ୍‌ ପକ୍ଷରୁ ସୀମାରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri