ସାମ୍ବାଦିକଙ୍କୁ ମାଡ ମାରିଲେ ପାକିସ୍ତାନ ଅର୍ଥମନ୍ତ୍ରୀ ଇଶାକ, ଭିଡିଓ ଭାଇରାଲ

ଇସଲାମବାଦ,୨୩।୬:ପାକିସ୍ତାନର ଅର୍ଥମନ୍ତ୍ରୀ ଇଶାକ ଦାର୍‌ ଜଣେ ସାମ୍ବାଦିକଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ ଯେତେବେଳେ ସେ ଦାର୍‌ଙ୍କୁ ପ୍ରଶ୍ନ କରିଥିଲେ ସେତେବେଳେ ସେ ରାଗିଯାଇ ତାଙ୍କୁ ଚାପୁଡ଼ା ମାରିଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାମ୍ବାଦିକ ପାକିସ୍ତାନୀ ସଂସଦ ଗୃହରେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) କାର୍ଯ୍ୟକ୍ରମ ବିଷୟରେ ଅର୍ଥମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ।

ଭିଡିଓରେ ଦେଖାଯାଇଛି କି, ଅର୍ଥମନ୍ତ୍ରୀ ଇଶାକ ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିବା ପରେ ବାହାରକୁ ଯାଉଛନ୍ତି। ସେତେବେଳେ ସହିଦ କୁରେଶି ନାମକ ଜଣେ ସାମ୍ବାଦିକ ତାଙ୍କୁ ଲଗାତାର ପ୍ରଶ୍ନ ପଚାରିବା ଆରମ୍ଭ କରିଛନ୍ତି। ତେବେ ମନ୍ତ୍ରୀ ତାଙ୍କୁ ଉତ୍ତର ନ ଦେଇ ଚାଲିଯାଉଥିଲେ।

ପରେ ଆଇଏମଏଫରୁ ୧.୧ ବିଲିୟନ ଆମେରିକୀୟ ଡଲାରର ଚୁକ୍ତି ହାସଲ କରିବାରେ ସରକାରଙ୍କ ବିଫଳତା ଉପରେ ସାମ୍ବାଦିକ ଦାରଙ୍କୁ ପ୍ରଶ୍ନ କରିଛନ୍ତି। ଦାର୍‌ ଉତ୍ତର ଦେଇଛନ୍ତି ଯେ ଏହି ଚୁକ୍ତି ହୋଇପାରିବ ନାହିଁ କାରଣ ଆପଣଙ୍କ ପରି ଲୋକମାନେ ସିଷ୍ଟମରେ ଅଛନ୍ତି। ସାମ୍ବାଦିକ ନିଜକୁ ରକ୍ଷା କରି କହିଛନ୍ତି, ସାମ୍ବାଦିକମାନେ ସିଷ୍ଟମର ଅଂଶ ନୁହଁନ୍ତି ବରଂ କେବଳ ପ୍ରଶ୍ନ ପଚାରନ୍ତି। ଏହାକୁ ଶୁଣି ଦାର୍‌ ସାମ୍ବାଦିକଙ୍କ ନିକଟକୁ ଆସି ତାଙ୍କୁ ଚାପୁଡ଼ା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri