ପାକିସ୍ତାନୀ ସିଙ୍ଗର୍‌ ରାହତ ଫତେହ ଅଲିଖାନ ଗିରଫ, ଭିଡିଓ ଜାରି କରି କହିଲେ…

ନୂଆଦିଲ୍ଲୀ, ୨୨।୦୭: ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନଙ୍କୁ ଦୁବାଇ ବିମାନବନ୍ଦରରେ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ଦୁବାଇରେ ତାଙ୍କ ପୂର୍ବତନ ମ୍ୟାନେଜର ତଥା ପ୍ରସିଦ୍ଧ ଶୋବିଜ ପ୍ରମୋଟର ସଲମାନ ଅହମ୍ମଦଙ୍କ ଦ୍ୱାରା ରାହତ ଫତେହ ଅଲି ଖାନଙ୍କ ବିରୋଧରେ ଏକ ମାମଲା ଦାୟର କରାଯାଇଥିଲା। ଏହି ମାମଲାରେ ବର୍ତ୍ତମାନ ଦୁବାଇ ପୋଲିସ ରାହତଙ୍କୁ ପଚରାଉଚରା କରୁଛି। ରାହତ ତାଙ୍କ ଗୀତ ଶୋ ପାଇଁ ଲାହୋରରୁ ଦୁବାଇରେ ପହଞ୍ଚିଥିଲେ ବୋଲି ଜଣାପଡ଼ିଛି ।

ଗିରଫ ଖବର ମଧ୍ୟରେ ରାହତ ଫତେହ ଅଲି ଖାନ ଏକ ଭିଡିଓ ଜାରି କରି ଗିରଫ ଖବରକୁ ଅସୱୀକାର କରିଛନ୍ତି। ଗିରଫ ପ୍ରସଙ୍ଗକୁ ଅଣଦେଖା କରି ସେ କହିଛନ୍ତି ଯେ ମୁଁ ମୋର ଗୀତ ରେକର୍ଡିଂ କରିବାକୁ ଦୁବାଇ ଆସିଛି ଏବଂ ଏଠି ସବୁକିଛି ଠିକ ଅଛି। ମୁଁ ଆପଣମାନଙ୍କୁ ଅନୁରୋଧ କରିବି ଯେ ଏପରି ଖରାପ ଗୁଜବ ପ୍ରତି ଧ୍ୟାନ ଦିଅନ୍ତୁ ନାହିଁ । ମୁଁ ଶୀଘ୍ର ମୋ ଦେଶକୁ ଫେରିବି ଏବଂ ଏକ ନୂତନ ଗୀତରେ ଆପଣଙ୍କୁ ସର୍‌ପ୍ରାଇଜ୍‌ ଦେବି ।

ତେବେ କିଛି ମାସ ପୂର୍ବରୁ ଏକ ବିବାଦକୁ ନେଇ ରାହତ, ଅହମ୍ମଦଙ୍କୁ ଚାକିରିରୁ ବାହାର କରିଦେଇଥିଲେ । ଏହା ବ୍ୟତୀତ ଉଭୟ ରାହତ ଏବଂ ଅହମ୍ମଦ ପରସ୍ପର ବିରୋଧରେ ମାମଲା ଦାୟର କରିଥିବା ଜଣାପଡିଛି । ରାହତ ଭାରତରେ ବହୁତ ନାମ ଅର୍ଜନ କରିଛନ୍ତି। ବଲିଉଡରେ ତାଙ୍କର ଏପରି ଅନେକ ଗୀତ ଅଛି, ଯାହାକି ଲୋକମାନେ ବହୁତ ପସନ୍ଦ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri