Posted inଖେଳ

ଏସିଆ କପ ପୂର୍ବରୁ ବାବର ଆଜମଙ୍କ ଚେତାବନୀ, କହିଲେ ପାକିସ୍ତାନୀ ଟିମ…

ଇସଲାମାବାଦ,୨୨।୮: ସମସ୍ତ କ୍ରିକେଟ ପ୍ରେମୀ ଏସିଆ କପ ୨୦୨୩ର ଆରମ୍ଭକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଅଗଷ୍ଟ ୩୦ରେ ପାକିସ୍ତାନ ଏବଂ ନେପାଳ ମଧ୍ୟରେ ଏକ ମ୍ୟାଚ ସହିତ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ପାକିସ୍ତାନ ଦଳ ଏଥର ଏହି ଟୁର୍ନାମେଣ୍ଟ ଆୟୋଜନ କରୁଛି, ହେଲେ ନିଜ ଘରେ ମାତ୍ର ୪ଟି ମ୍ୟାଚ ଖେଳାଯିବ, ଅବଶିଷ୍ଟ ୯ଟି ମ୍ୟାଚ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବ। ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ପୂର୍ବରୁ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ଦଳ ବିଷୟରେ ଏକ ବଡ଼ ବିବୃତ୍ତି ସାମ୍ନାକୁ ଆସିଛି।

ଏସିଆ କପ ପ୍ରସ୍ତୁତି ପାଇଁ ପାକିସ୍ତାନ ଦଳ ୨୨ ଅଗଷ୍ଟରୁ ଶ୍ରୀଲଙ୍କାରେ ଆଫଗାନିସ୍ତାନ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବାକୁ ଯାଉଛି।ଏହି ସିରିଜ ଆରମ୍ଭ ହେବା ପୂର୍ବରୁ ବାବର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ତାଙ୍କ ଦଳର ଖେଳାଳିମାନେ ଆଗାମୀ ଏସିଆ କପ ଏବଂ ବିଶ୍ୱକପ ଟାଇଟଲ ଜିତିବା ପାଇଁ କଠିନ ପରିଶ୍ରମ କରୁଛନ୍ତି।

ବାବର କହିଛନ୍ତି ଯେ, ଦଳରେ ଉପସ୍ଥିତ ଥିବା ପ୍ରତ୍ୟେକ ଖେଳାଳି ଭଲ ପ୍ରଦର୍ଶନ କରିବା ସହିତ ସଫଳତା ହାସଲ କରିବାକୁ ଚାହୁଁଛନ୍ତି। ଆମେ ଗତ କିଛି ମ୍ୟାଚରେ ମଧ୍ୟ ଦେଖିଛୁ ଯେ ବିଭିନ୍ନ ମ୍ୟାଚରେ ବିଭିନ୍ନ ଖେଳାଳି ‘ ପ୍ଲେୟର ଅଫ୍‌ ଦ ମ୍ୟାଚ’ର ଟାଇଟଲ ନିଜ ନାଁରେ କରିଛନ୍ତି। ଦଳ ପାଇଁ ଏହା ବହୁତ ଭଲ କଥା।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri