ଭିଡିଓ ଜାରି କରି ଭାରତକୁ ଧମକ ଦେଲେ ପାକିସ୍ତାନୀ ଆତଙ୍କବାଦୀ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୮: ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଫରହତୁଲ୍ଲା ଗୌରୀ ଭାରତ ଉପରେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ସେ ଏକ ଭିଡିଓ ଜାରି କରିଛନ୍ତି। ଭିଡିଓ ମାଧ୍ୟମରେ ତାଙ୍କ ସ୍ଲିପର ସେଲ୍‌ସ୍‌କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ସେମାନେ ଦିଲ୍ଲୀ-ମୁମ୍ବାଇ ସମେତ ଅନ୍ୟ ସହରରେ ଟ୍ରେନ ଚଳାଚଳ କରିବା ସହ ଭାରତର ଯୋଗାଣ ଶୃଙ୍ଖଳାକୁ ବିଚଳିତ କରିବା ଉଚିତ। ଭାରତର ମୋଷ୍ଟ ଓ୍ବାଣ୍ଟେଡ ବର୍ତ୍ତମାନ ପାକିସ୍ତାନରେ ରହୁଛନ୍ତି।
ଏହି ଭିଡିଓ ତିନି ସପ୍ତାହ ପୂର୍ବରୁ ଟେଲିଗ୍ରାମରେ ପୋଷ୍ଟ କରାଯାଇଥିଲା ଏବଂ ଅଗଷ୍ଟ ୨୮ରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥିଲା। ଭିଡିଓରେ ଆତଙ୍କବାଦୀ ଗୌରୀ ବୋମା ବିସ୍ଫୋରଣ ପାଇଁ ପ୍ରେସର କୁକର ବ୍ୟବହାର କରିବାକୁ କହୁଛନ୍ତି। ଭାରତର ଗୁପ୍ତଚର ଏଜେନ୍ସି ଏବଂ ଇଡି ଆମର ସମ୍ପତ୍ତିକୁ ଟାର୍ଗେଟ କରୁଛନ୍ତି। ଏହି କାରଣରୁ ଆମର ସ୍ଲିପର ସେଲ ଦୁର୍ବଳ ହୋଇଯାଉଛି । ଆମେ ଫେରି ସରକାର ହଲାଇବୁ। ହିନ୍ଦୁ ନେତାଙ୍କ ବିରୋଧରେ ଯୁଦ୍ଧ କରିବାକୁ ସେ କହିଥିଲେ, ଗୌରୀଙ୍କୁ UAPA ଅଧୀନରେ ଭାରତ ଆତଙ୍କବାଦୀ ଘୋଷିତ କରିଛି। ତାଙ୍କ ଧମକର ଭିଡିଓ ଆସିବା ପରଠାରୁ ସୁରକ୍ଷା ଏଜେନ୍ସିମାନେ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri