ଭିଡିଓ ଜାରି କରି ଭାରତକୁ ଧମକ ଦେଲେ ପାକିସ୍ତାନୀ ଆତଙ୍କବାଦୀ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୮: ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଫରହତୁଲ୍ଲା ଗୌରୀ ଭାରତ ଉପରେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ସେ ଏକ ଭିଡିଓ ଜାରି କରିଛନ୍ତି। ଭିଡିଓ ମାଧ୍ୟମରେ ତାଙ୍କ ସ୍ଲିପର ସେଲ୍‌ସ୍‌କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ସେମାନେ ଦିଲ୍ଲୀ-ମୁମ୍ବାଇ ସମେତ ଅନ୍ୟ ସହରରେ ଟ୍ରେନ ଚଳାଚଳ କରିବା ସହ ଭାରତର ଯୋଗାଣ ଶୃଙ୍ଖଳାକୁ ବିଚଳିତ କରିବା ଉଚିତ। ଭାରତର ମୋଷ୍ଟ ଓ୍ବାଣ୍ଟେଡ ବର୍ତ୍ତମାନ ପାକିସ୍ତାନରେ ରହୁଛନ୍ତି।
ଏହି ଭିଡିଓ ତିନି ସପ୍ତାହ ପୂର୍ବରୁ ଟେଲିଗ୍ରାମରେ ପୋଷ୍ଟ କରାଯାଇଥିଲା ଏବଂ ଅଗଷ୍ଟ ୨୮ରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥିଲା। ଭିଡିଓରେ ଆତଙ୍କବାଦୀ ଗୌରୀ ବୋମା ବିସ୍ଫୋରଣ ପାଇଁ ପ୍ରେସର କୁକର ବ୍ୟବହାର କରିବାକୁ କହୁଛନ୍ତି। ଭାରତର ଗୁପ୍ତଚର ଏଜେନ୍ସି ଏବଂ ଇଡି ଆମର ସମ୍ପତ୍ତିକୁ ଟାର୍ଗେଟ କରୁଛନ୍ତି। ଏହି କାରଣରୁ ଆମର ସ୍ଲିପର ସେଲ ଦୁର୍ବଳ ହୋଇଯାଉଛି । ଆମେ ଫେରି ସରକାର ହଲାଇବୁ। ହିନ୍ଦୁ ନେତାଙ୍କ ବିରୋଧରେ ଯୁଦ୍ଧ କରିବାକୁ ସେ କହିଥିଲେ, ଗୌରୀଙ୍କୁ UAPA ଅଧୀନରେ ଭାରତ ଆତଙ୍କବାଦୀ ଘୋଷିତ କରିଛି। ତାଙ୍କ ଧମକର ଭିଡିଓ ଆସିବା ପରଠାରୁ ସୁରକ୍ଷା ଏଜେନ୍ସିମାନେ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri