ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍‌ ପୋଲିସର ସୂଚନା

ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ କରାଯାଇଛି। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେ ଭୁବନେଶ୍ୱରେ ରହୁଛନ୍ତି।

ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ ଗତକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ । ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କର। ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶକୁ ମାନି କମିଶନରେଟ୍‌ ପୋଲିସ ପକ୍ଷରୁ ଜୋର୍‌ଦାର୍‌ ତନାଘନା ଚାଲିଛି।

ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ପହଲଗାମଠାରେ ୨୨ ତାରିଖରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହୋଇଥିଲା ଯେଉଁଥିରେ ଅଧିକାଂଶ ପର୍ଯ୍ୟଟକ ଥିଲେ ଏବଂ ଭାରତର ଅଲଗା ଅଲଗା ରାଜ୍ୟରୁ ଜମ୍ମୁ-କଶ୍ମୀର ବୁଲିବାକୁ ଯାଇଥିଲେ । ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ସ୍ଥାନୀୟ ମଧ୍ୟ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri