ପାକିସ୍ତାନବାସୀ ଶେହଓ୍ବାଜ୍‌ ଶରିଫ ସରକାରଙ୍କୁ କେବେ କ୍ଷମା କରିବେ ନାହିଁ: ଇମ୍ରାନ

ଲାହୋର,୮।୩: ଲାହୋରରେ ହେବାକୁ ଥିବା ରାଲି ପାଇଁ ଅନୁମତି ନ ପାଇ ପାକିସ୍ତାନର ମୁଖ୍ୟ ତେହେରିକ-ଇ-ଇନସାଫ ଏବଂ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।
ଇମ୍ରାନ ଖାନ କହିଛନ୍ତି, ଦେଶର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଛି। ମୁଁ ମୋର ହତ୍ୟାକୁ ଭୟ କରୁଛି। ଆମ ସାମ୍ନାରେ ଆମର ଏକ ବଡ ଆହ୍ବାନ ରହିଛି। ଦେଶରେ ଆଇନ ଶୃଙ୍ଖଳା ଭୁଶୁଡି ପଡିଛି। ପାକିସ୍ତାନର ଲୋକମାନେ ଶାସକ ଦଳକୁ କ୍ଷମା କରିବେ ନାହିଁ।
ତାଙ୍କ ସମର୍ଥକଙ୍କ ଗିରଫଦାରୀ ଉପରେ ଇମ୍ରାନ କହିଛନ୍ତି, ଦେଶରେ ସ୍ବାଧୀନତା ଉପରେ ଏହା ହେଉଛି ସବୁଠାରୁ ବଡ ଆକ୍ରମଣ। ଏହି ଲୋକମାନେ ସାମରିକ ଆଇନକୁ ଅତିକ୍ରମ କରିସାରିଛନ୍ତି, ନିଜ ଲୋକଙ୍କୁ ଅତ୍ୟାଚାର କରାଯାଉଛି। ସ୍ବାଧୀନତାକୁ କ୍ରମାଗତ ଭାବେ ଛଡ଼ାଯାଉଛି।
ଗୋଟିଏ ପଟେ ଇମ୍ରାନଙ୍କ ଭାଷଣ ଚାଲିଥିବା ବେଳେ ଅନ୍ୟ ପଟେ ପଞ୍ଜାବ ଗୃହ ବିଭାଗ ବୁଧବାର ଲାହୋରରେ ସାତ ଦିନ ଧରି ସମସ୍ତ ପ୍ରକାର ବିରୋଧ ଓ ରାଲି ଉପରେ ପ୍ରତିବନ୍ଧକ ଲଗାଇଛି। ସହରରେ ଧାରା ୧୪୪ ଲାଗୁ କରାଯାଇଛି। ଅନ୍ୟପକ୍ଷରେ, ଗିରଫରୁ ରକ୍ଷା ପାଇବା ପାଇଁ ଇମ୍ରାନ ଖାନ ଲାହୋରରେ ଥିବା ତାଙ୍କ ବାସଭବନ ଜମାନ ପାର୍କ ବାହାରେ ତାଙ୍କ ସମର୍ଥକଙ୍କୁ ଏକାଠି ସରକାର ବିରୋଧରେ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri