ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ର ବିସ୍ଫୋରଣ ଘଟଣାରେ ଆତଙ୍କବାଦୀଙ୍କ ହାତ ନାହିଁ…

ଇସଲାମାବାଦ,୨୫।୪ : ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ରରେ ଘଟିଥିବା ବିସ୍ଫୋରଣ ନେଇ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ଘଟଣା ପଛରେ ଆତଙ୍କବାଦୀଙ୍କ ହାତ ନାହିଁ ବୋଲି ପୋଲିସ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ସୋମବାର ରାତି ୮ଟା ୨୦ରେ ଏହି ବିସ୍ଫୋରଣ ଘଟିଥିଲା। ଏହାପରେ ପୋଲିସ ପକ୍ଷରୁ ଏହାjର ତଦନ୍ତ ଆରମ୍ଭ ହୋଇଥିଲା।

ପ୍ରଥମେ ଏହା ଆତଙ୍କବାଦୀ ଆକ୍ରମଣ ବୋଲି ଅନୁମାନ କରାଯାଉଥିଲା। ତେବେ ପରେ ପୋଲିସ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି।

ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ରୁ ଅଧିକ ଆହତ ହୋଇଥିଲେ। ଡେପୁଟି ଇନ୍ସପେକ୍ଟର ଜେନେରାଲ (ଡିଜି) ସିଟିଡି ଖାଲିଦ ସୁହେଲ କହିଛନ୍ତି , ଏହି ବିସ୍ଫୋରଣରେ ମୃତ୍ୟ ଘଟିଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଣେ ବାଳିକାୁ, 12 ପୋଲିସ କର୍ମଚାରୀ ଏବଂ ଚାରିଜଣ ବନ୍ଦୀ ଅଛନ୍ତି। ଆତ୍ମଘାତୀ ଆକ୍ରମଣର ପ୍ରାରମ୍ଭିକ ଦାବିକୁ ଖଣ୍ଡନ କରି ସୁହେଲ କହିଛନ୍ତି, ପୋଲିସ ଷ୍ଟେଶନରେ ଏକ ଷ୍ଟୋର ଅଛି, ଯେଉଁଠାରେ ଜବତ କରାଯାଇଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ରହିଥିଲା। ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡିଛି , ଅର୍ଡିନାନ୍ସ ଡିପୋରେ ଏକ ଶର୍ଟ ସର୍କିଟ ଯୋଗୁ ଏହି ବିସ୍ଫୋରଣ ଘଟିଛି।

 

ପୋଲିସ କହିଛି, ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିବା କୌଣସି ପ୍ରମାଣ ମିଳିନାହିଁ। ଅସ୍ତ୍ରଶସ୍ତ୍ରରେ ଅଗ୍ନିକାଣ୍ଡ ଏବଂ ଶର୍ଟ ସର୍କିଟ ଯୋଗୁଁ ବିସ୍ଫୋରଣ ହେବାର ସମ୍ଭାବନା ଅଧିକ। ଖାଇବର ପାସ୍ତୁନଖ୍ବାର ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ଅଖତର ହୟାତ ମଧ୍ୟ ଏହି ଘଟଣାରେ ଆତଙ୍କବାଦୀଙ୍କ ହାତ ଅଛି ବୋଲି ଅସ୍ବୀକାର କରିଛନ୍ତି।

 

ଅନୁସନ୍ଧାନ ରିପୋର୍ଟରେ କୁହାଯାଇଛି ଯେ ବିସ୍ଫୋରଣ ଯୋଗୁଁ ମସଜିଦ, ଘର, ସ୍କୁଲ କାନ୍ଥ ଏବଂ ଛାତ ସମେତ ଆଖପାଖ ଅଟ୍ଟାଳିକା ମଧ୍ୟ ଭୁଶୁଡି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri