ପଠାନକୋଟ୍‌ରେ ପାକିସ୍ତାନର ମିସାଇଲ ମାଡ, ଭାରତର ୧୧ଟି ସ୍ଥାନରେ…

ନୂଆଦିଲ୍ଲୀ,୯।୫: ଭାରତର ୧୧ଟି ସ୍ଥାନରେ ଡ୍ରୋନ ଆକ୍ରମଣ କରିଛି ପାକିସ୍ତାନ। ଶୁକ୍ରବାର ରାତି ୯ଟାରେ ପାକିସ୍ତାନ କରିଛି ଆଟାକ୍‌। ରାଜସ୍ତାନ, ପଞ୍ଜାବ ଓ ଜମ୍ମୁରେ ଆକ୍ରବଣ ହୋଇଥିବା ସୂଚନା ମିଳିଛି। ଗୋଟିଏ ପରେ ଗୋଟିଏ ଡ୍ରୋନ ଧ୍ୱଂସ କରୁଛି ବାୟୁସେନା।

India Pakistan War ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ପାକିସ୍ତାନ ପୁଣି ଥରେ ଏଲଓସିରେ ଗୁଳିମାଡ଼ ଆରମ୍ଭ କରିଛି। ଜମ୍ମୁର ଅନେକ ସ୍ଥାନରେ ପୁଣି ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି। ପ୍ରତିରକ୍ଷା ସୂତ୍ର ଅନୁଯାୟୀ, ଜମ୍ମୁ, ସାମ୍ବା, ପଠାନକୋଟ ସେକ୍ଟରରେ ପାକିସ୍ତାନୀ ଡ୍ରୋନ ଦେଖାଯାଇଥିଲା। ଫିରୋଜପୁର, ପଠାନକୋଟ ସୀମାରେ ପାକିସ୍ତାନରୁ ହୋଇଥିବା କ୍ଷେପଣାସ୍ତ୍ର ଆକ୍ରମଣକୁ ଆକାଶ ମାର୍ଗରେ ଧ୍ୱଂସ କରାଯାଇଥିଲା।

ଜମ୍ମୁ ଓ କଶ୍ମୀରରେ ପୁଣି ବଡ଼ ଡ୍ରୋନ ଆଟାକ୍‌ କରିଛି ପାକିସ୍ତାନ। ଜମ୍ମୁରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଜାରି କରାଯାଇଛି। ଏହା ସହିତ ସାଇରନର ଶବ୍ଦ ଶୁଣାଯାଇଥିବା ବେଳେ ଅତି କମରେ ଦୁଇଟି ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି।

India Pakistan Attack ସୂଚନା ଅନୁଯାୟୀ, ପାକିସ୍ତାନ ସୈନ୍ୟ ଶୁକ୍ରବାର ରାତିରେ ଜମ୍ମୁର ସାତୱାରୀ, ସାମ୍ବା, ଆରଏସ ପୁରା ଓ ଅର୍ନିଆ ଅଞ୍ଚଳରେ ମିସାଇଲ ଓ ଡ୍ରୋନ ଆକ୍ରମଣର ଚେଷ୍ଟା କରିଛନ୍ତି। ଏହି ଆକ୍ରମଣ ମୁଖ୍ୟତଃ ଜମ୍ମୁ ବିମାନବନ୍ଦର ଓ ଅନ୍ୟାନ୍ୟ ସାମରିକ ସ୍ଥାନକୁ ଟାର୍ଗେଟ କରାଯାଇଛି। ତେବେ, ଭାରତୀୟ ବାୟୁ ପ୍ରତିରକ୍ଷା ବାହିନୀ ଏହାକୁ ସଫଳତାର ସହ ବିଫଳ କରିଛି। ଏହି ଘଟଣା ପରେ ଜମ୍ମୁରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଜାରି କରାଯାଇଛି ଏବଂ ସାଇରନ ବଜାଇ ଲୋକଙ୍କୁ ସତର୍କ କରାଯାଇଛି।

India Pakistan Attack ପୁଣିଥରେ, ପାକିସ୍ତାନ ଦ୍ୱାରା ସୀମା ପାରରୁ ଅସ୍ତ୍ରବିରତି ଉଲ୍ଲଂଘନର ନୂତନ ଘଟଣା ସାମ୍ନାକୁ ଆସିଛି । ଶୁକ୍ରବାର ସନ୍ଧ୍ୟାରେ ଉରି ସେକ୍ଟରରେ ପ୍ରବଳ ଗୁଳିବର୍ଷା ଆରମ୍ଭ କରିଦେଇଛି ପାକିସ୍ତାନ, ଯାହା ଫଳରେ ସୀମାବର୍ତ୍ତୀ ଅଞ୍ଚଳରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି । ଏହା ପରେ, ପାକିସ୍ତାନ ପୁଞ୍ଚ ଏବଂ କୁପୱାଡା ସେକ୍ଟରରେ ମଧ୍ୟ ସୀମା ପାର କରି ଗୁଳି ଚଳାଇଛି । ସୀମା ଆରପାରିରୁ ମୋର୍ଟାର ମାଡ଼ କରାଯାଇଛି । ସେନା ସୂତ୍ର ଅନୁଯାୟୀ, ପାକିସ୍ତାନ ଦ୍ୱାରା ଜାଣିଶୁଣି ସାଧାରଣ ନାଗରିକ ଅଞ୍ଚଳଗୁଡ଼ିକୁ ଟାର୍ଗେଟ କରାଯାଉଛି ।

India Pakistan Attack ଜମ୍ମୁ ବିମାନବନ୍ଦରର ସାଇରନ୍ ବାଜିବା ପରେ, ଅଞ୍ଚଳରେ ଏକ ପ୍ରକାରର ଭୟର ପରିବେଶ ସୃଷ୍ଟି ହୋଇଥିଲା । ସ୍ଥାନୀୟ ଲୋକମାନେ ଶୀଘ୍ର ସେମାନଙ୍କର ଦୋକାନ ବନ୍ଦ କରି ସୁରକ୍ଷିତ ସ୍ଥାନକୁ ଚାଲିଯାଇଛନ୍ତି । ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ରଜୌରୀ ଜିଲ୍ଲାର ସମସ୍ତ ଦୋକାନ ବନ୍ଦ କରିଦିଆଯାଇଛି । ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?