Posted inଜାତୀୟ

ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର, ଏଲ୍‌ଓସିରେ ମହିଳା ଅନୁପ୍ରବେଶକାରୀ…

ଶ୍ରୀନଗର, ୧୩।୧୨: ପାକିସ୍ତାନର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀରର ଏଲ୍‌ଓସି ନିକଟବର୍ତ୍ତୀ ଆର୍‌ଏସ୍‌ପୁରା ଅଞ୍ଚଳରେ ଜଣେ ପାକିସ୍ତାନୀ ମହିଳା ଅନୁପ୍ରବେଶକାରୀଙ୍କର ଭାରତୀୟ ସେନା ଗୁଳିରେ ମୃତ୍ୟୁ ଘଟିଛି। ସୂଚନାନୁସାରେ, ସୀମା ଆରପାରିରୁ କିଛି ଲୋକ ଭାରତୀୟ ଅଞ୍ଚଳରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ଏହି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ଯବାନମାନେ ସନ୍ଦେହଜନକ ସ୍ଥିତି ଦେଖି ସେମାନଙ୍କୁ ଚେତାବନୀ ଦେଇଥିଲେ। କିନ୍ତୁ ଅନୁପ୍ରବେଶକାରୀମାନେ ଏହାକୁ ଅଣଦେଖା କରିଥିଲେ।

ଅନୁପ୍ରବେଶକାରୀମାନେ ଭାରତୀୟ ଅଞ୍ଚଳରେ ପହଞ୍ଚିବା ପରେ ପାଟ୍ରୋଲିଂ କରୁଥିବା ଯବାନମାନେ ସେମାନଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଦୌଡ଼ି ପଳାଇବାକୁ ଲାଗିଲେ। ଫଳରେ ବାଧ୍ୟ ହୋଇ ଭାରତୀୟ ସେନା ପକ୍ଷରୁ ଫାୟରିଂ କରାଯାଇଥିଲା। ଏଥିରେ ସମ୍ପୃକ୍ତ ମହିଳାଙ୍କର ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ପାକିସ୍ତାନୀ ଆତଙ୍କବାଦୀମାନେ ଜାଣିଶୁଣି ଏବେ ମହିଳାଙ୍କ ଦ୍ୱାରା ଅନୁପ୍ରବେଶ କାର୍ଯ୍ୟ କରୁଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ବିଏସଏଫ ମୁଖପାତ୍ର କହିଛନ୍ତି ଯେ ଆର୍‌ଏସ୍‌ପୁରା ସେକ୍ଟରରେ ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଗୁଳି କରାଯାଇଛି।

ପୋଲିସର ମହାନିର୍ଦ୍ଦେଶକ ଦିଲବାଗ ସିଂ କହିଛନ୍ତି ଯେ କିଛି ଆତଙ୍କବାଦୀ ଅନୁପ୍ରବେଶ କରିବାରେ ସଫଳ ହୋଇଛନ୍ତି। ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଡିଜିପି କହିଛନ୍ତି ଯେ ଲୋକଙ୍କ ସୁରକ୍ଷା ତଥା ଆତଙ୍କବାଦ ନିରୋଧୀ କାର୍ଯ୍ୟରେ ସେନା ଏବଂ ପାରାମିଲିଟାରୀ ଫୋର୍ସ ସହ ସମନୱୟ ରକ୍ଷା କରି ପୋଲିସ କାର୍ଯ୍ୟ କରୁଛି। ଏହି କାରଣରୁ ଆତଙ୍କବାଦୀମାନେ ପୋଲିସକୁ ଟାର୍ଗେଟ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ବାନ୍ଦିପୋରା ଆକ୍ରମଣ ସମ୍ପର୍କରେ ସେ କହିଛନ୍ତି ଯେ ଏହି ଆକ୍ରମଣ ସହ ଜଡିତ କିଛି ସୂତ୍ର ମିଳିଛି ଯେଉଁଥିରେ ପୋଲିସ କାର୍ଯ୍ୟ କରୁଛି।
ଡିଜିପି କହିଛନ୍ତି ଯେ ଉତ୍ତର କାଶ୍ମୀରରେ ଆତଙ୍କବାଦୀଙ୍କ ସଂଖ୍ୟା ଅଧିକ ନୁହେଁ। ଶୀଘ୍ର ଏହି ଅଞ୍ଚଳ ଆତଙ୍କବାଦ ମୁକ୍ତ ହେବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?