Posted inଖେଳ

ହକି ପୁରୁଷ ଜୁନିୟର ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ

ଭୁବନେଶ୍ୱର,୨୮।୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ହକି ପୁରୁଷ ଜୁନିୟର ବିଶ୍ୱକପ୍‌ରୁ ବିଦାୟ ନେଇଛି ପାକିସ୍ତାନ। ରବିବାର ଅନୁଷ୍ଠିତ ପୁଲ୍‌ ‘ଡିି’ ମ୍ୟାଚରେ ଆର୍ଜେଣ୍ଟିନା ୪-୩ ଗୋଲରେ ପାକିସ୍ତାନକୁ ହରାଇ ଦେଇଛି। ବିଜୟ ସହ କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛି ଆର୍ଜେଣ୍ଟିନା। ଆର୍ଜେଣ୍ଟିନା ୩ ମ୍ୟାଚରୁ ୨ ବିଜୟ ସହ ୬ ପଏଣ୍ଟ ପାଇଥିବାବେଳେ ପାକିସ୍ତାନ ୩ ମ୍ୟାଚରୁ ଦ୍ୱିତୀୟ ପରାଜୟ ସହ ବିଦାୟ ନେଇଛି। ଏଣିକି ପାକ୍‌ ଦଳ କ୍ଲାସିଫିକେଶନ ମ୍ୟାଚ ଖେଳିବ।

ଉଭୟ ଆର୍ଜେଣ୍ଟିନା ଓ ପାକିସ୍ତାନ ଆରମ୍ଭରୁ ଆକ୍ରମଣାତ୍ମକ ଖେଳିଥିଲେ। ୧୦ମ ମିନିଟରେ ବୌଟିଷ୍ଟା କାପୁରୋ ଫିଲ୍ଡ ଗୋଲ ଦେଇ ଆର୍ଜେଣ୍ଟିନାକୁ ଅଗ୍ରଣୀ କରାଇଥିଲେ। ପ୍ରଥମ କ୍ବାର୍ଟର ଶେଷ ସୁଦ୍ଧା ଆର୍ଜେଣ୍ଟିନା ୧-୦ରେ ଆଗୁଆ ରହିଥିଲା। ଦ୍ୱିତୀୟ କ୍ବାର୍ଟର ଆରମ୍ଭରେ ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ପାକିସ୍ତାନ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ଦଳ ପକ୍ଷରୁ ଅବଦୁଲ ରାଣା ଏହି ଗୋଲଟି ଦେଇଥିଲେ। ତେବେ ଏହାର ୩ ମିନିଟ ପରେ ଆର୍ଜେଣ୍ଟିନାର ଇଗ୍ନାସିଓ ନାର୍ଡୋଲିଲୋ ଏକ ଫିଲ୍ଡ ଗୋଲ ଦେଇ ପୁଣି ଦଳକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟ କ୍ବାର୍ଟର ଶେଷ ପର୍ଯ୍ୟାୟରେ ଆର୍ଜେଣ୍ଟିନା ଗୋଲପୋଷ୍ଟ ଡି’ ଏରିଆ ମଧ୍ୟରେ ବଲ୍‌ ପାଇଁ ସଂଘର୍ଷ ଚାଲିଥିବାବେଳେ ବିପଜ୍ଜନକ ଖେଳ ପାଇଁ ପାକିସ୍ତାନକୁ ପେନାଲ୍ଟି ଷ୍ଟ୍ରୋକ୍‌ ସୁଯୋଗ ଦିଆ ଯାଇଥିଲା। ଦଳର ୩ ନମ୍ବର ଖେଳାଳି ଅଲୀ ରିଜୱାନ କୌଣସି ତ୍ରୁଟି ନ କରି ପ୍ରତିପକ୍ଷ ଗୋଲକିିପର ନେହୁଏନ ହେର୍ନାଣ୍ଡୋଙ୍କୁ ଚକ୍‌ମା ଦେବାରେ ସକ୍ଷମ ହୋଇଥିଲେ। ୨୮ତମ ମିନିଟରେ ଏହି ଗୋଲ ହୋଇଥିଲା। ତେବେ ପାକିସ୍ତାନର ଏହି ଖୁସି ବେଶି ସମୟ ତିଷ୍ଠି ନ ଥିଲା। ୩୦ତମ ମିନିଟରେ ଫ୍ରାନ୍ସିସ୍କୋ ରୁଇଜ୍‌ ଏକ ଫିଲ୍ଡ ଗୋଲ ଦେଇ ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ଆର୍ଜେଣ୍ଟିନାକୁ ୩-୨ରେ ଅଗ୍ରଣୀ କରାଇଥିଲେ। ତୃତୀୟ କ୍ବାର୍ଟରରେ ଉଭୟ ଦଳ ଏକାଧିକଥର ସୁଯୋଗ ସୃଷ୍ଟି କରିଥିଲେ ହେଁ ତାହାକୁ ଗୋଲରେ ପରିଣତ କରିପାରି ନ ଥିଲେ। ବିଶେଷ କରିି ପାକିସ୍ତାନ ୪୪ ଓ ୪୫ତମ ମିନିଟରେ ୨ ଥର ପେନାଲ୍ଟି କର୍ନର ପାଇଥିଲେ ହେଁ ତା’ର ସଦୁପଯୋଗ କରିପାରି ନ ଥିଲା। ୪ର୍ଥ କ୍ବାର୍ଟର ଆରମ୍ଭରେ ଆର୍ଜେଣ୍ଟିନା ଆଉ ଏକ ଗୋଲ ଦେଇ ଚାପ ସୃଷ୍ଟି କରିଥିଲା। ୪୭ତମ ମିନିଟରେ ଇଗ୍ନାସିଓ ଇବାରା ଏହି ଫିଲ୍ଡ ଗୋଲଟି ଦେଇଥିଲେ। ୫୩ତମ ମିନିଟରେ ପାକିସ୍ତାନକୁ ପେନାଲ୍ଟି କର୍ନର ମିଳିଥିଲା। ବଲ୍‌ ଷ୍ଟପ୍‌ରେ ତ୍ରୁଟି ହୋଇଥିଲେ ହେଁ ଡି’ ଏରିଆ ମଧ୍ୟରେ ପାକିସ୍ତାନ ଖେଳାଳିମାନେ ବଲ୍‌କୁ ରଖିବାରେ ସକ୍ଷମ ହୋଇଥିଲେ ଏବଂ ଅହମଦ ଅକିଲ ଗୋଲ ଦେଇଥିଲେ। ଶେଷ ୭ ମିନିଟରେ ଖେଳ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ପାକିସ୍ତାନ ଗୋଲ ପରିଶୋଧ କରିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri