ପାକିସ୍ତାନରେ ପ୍ରଥମ ପୋଲିଓ ମାମଲା…

ଇସଲାମାବାଦ,୧୮।୩ : ପାକିସ୍ତାନର ଖାଇବର ପସ୍ତୁନ ଖ୍ବାରେ ୨୦୨୩ର ପ୍ରଥମ ପୋଲିଓ ମାମଲାର ଚିହ୍ନଟ ହୋଇଛି। ବନ୍ନୁ ଜିଲାରେ ଜଣେ ଶିଶୁ ପୋଲିଓର ଶିକାର ପାଇଛନ୍ତି। ଶନିବାର ଏକ ମିଡ଼ିଆ ରିପୋର୍ଟରେ ଏ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି।

ଡନ ଖବରକାଗଜ ରିପୋର୍ଟ କରିଛି ଯେ ଫ୍ରାନ୍ସ ଏଜେନ୍ସି ଫର ଡେଭଲପମେଣ୍ଟ ଏବଂ ବିଲ ଏବଂ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ (ବିଏମଜିଏଫ) ଦେଶରେ ପୋଲିଓ ବିଲୋପ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ପହଞ୍ଚିବା ପରେ ଏହି ଘଟଣା ସାମ୍ନାକୁ ଆସିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ପୋଲିଓ ବିଲୋପ ଉପରେ ଧ୍ୟାନ ଦେବା ସମ୍ପୃକ୍ତ ପ୍ରତିନିଧୀମାନେ ପଦକ୍ଷେପ ନେଇଛନ୍ତି।

ସାମାଜିକ ସୁରକ୍ଷା ଏବଂ ସୱାସ୍ଥ୍ୟ କ୍ଷେତ୍ରରେ ସହଯୋଗର ଉପାୟ ବିଷୟରେ ଆଲୋଚନା କରିବା ପାଇଁ ସେମାନେ ଫେଡେରାଲ ସ୍ବାସ୍ଥ୍ୟମନ୍ତ୍ରୀ ଅବଦୁଲ କାଦିର ପଟେଲଙ୍କୁ ଭେଟିଥିଲେ। ପୋଲିଓ ପାଇଁ ଜାତୀୟ ଜରୁରୀକାଳୀନ ଅପରେସନ ସେଣ୍ଟର ର ମୁଖ୍ୟ ଡ. ଶାହାଜାଦ ବେଗ କହିଛନ୍ତି ଯେ ଏହି ଘଟଣାରେ ତଦନ୍ତ ଜାରି ରହିଛି। ଶିଶୁଙ୍କର ଟିକାକରଣ କରାଯାଇଛି ନା ପିତାମାତା ଟିକାକରଣ କରିବାକୁ ମନା କରି ଦେଇଛନ୍ତି ତାହାର ଅନୁସନ୍ଧାନ କରାଯାଉଛି ବୋଲି ସେ କହିଛନ୍ତି। ତେବେ ଏଥିରୁ ସ୍ପଷ୍ଟ ହୋଇଛି ଯେ ପିଲାଟି ସମ୍ପୂର୍ଣ୍ଣ ସୁରକ୍ଷିତ ନ ଥିଲା। ସେଥିପାଇଁ ସେ ପୋଲିଓର ଶିକାର ହୋଇଥିଲେ

ଡକ୍ଟର ଶାହାଜାଦ ବାଗ କହିଛନ୍ତି ଯେ ଚଳିତ ବର୍ଷ ୨୦୨୩ ର ଏହା ହେଉଛି ପ୍ରଥମ ମାମଲା। ପାଞ୍ଚ ମାସର ବ୍ୟବଧାନ ପରେ ଏହା ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri