Posted inଖେଳ

ବିଶ୍ୱକପ୍‌ରେ ପାକିସ୍ତାନର ପରାଜୟ ଧାରା ଜାରି

ଦୁବାଇ,୧୨।୧୧: ଗ୍ରୁପ ପର୍ଯ୍ୟାୟରେ ଭାରତକୁ ହରାଇଥିବା ପାକିସ୍ତାନର ବିଜୟ ରଥ ଚଳିତ ଟି୨୦ ବିଶ୍ୱକପ୍‌ର ସେମିଫାଇନାଲଟରେ ଅଟକିଛି। ଦ୍ୱିତୀୟ ସେମିଫାଇନାଲକୁ ୫ ଉଇକେଟରେ ଜିତି ଫାଇନାଲରେ ପ୍ରବେଶ କରିଛି ଅଷ୍ଟ୍ରେଲିଆ। ଏଥିସହ କ୍ରିକେଟ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନର ପରାଜୟ ରେକର୍ଡ ଜାରି ରହିଛି। ଟି୨୦ ହେଉ କି ଦିନିକିଆ ବିଶ୍ୱକପ୍‌ର ନକ୍‌ଆଉଟ୍‌ ପର୍ଯ୍ୟାୟରେ ପାକିସ୍ତାନ କାଦପି ଅଷ୍ଟ୍ରେଲିଆକୁ ହରାଇ ପାରି ନାହିଁ।

ଏଥିପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ୨୦୧୫ ଦିନିକିଆ ବିଶ୍ୱକପ୍‌ ସେମିଫାଇନାଲରେ ପାକିସ୍ତାନକୁ ପରାଜୟ ମିଳିଥିଲା। ତା’ ପୂର୍ବରୁ ୨୦୧୦ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ମଧ୍ୟ ସମାନ ଫଳାଫଳ ଭୋଗିଥିଲା ପାକିସ୍ତାନ। ମୋଟ ଉପରେ ଆଇସିସି ଇଭେଣ୍ଟ ଇତିହାସରେ ନକ୍‌ଆଉଟ୍‌ ପର୍ଯ୍ୟାୟରେ ଦୁଇ ଦଳ ପରସ୍ପର ସହ ୪ ମ୍ୟାଚ୍‌ ଖେଳିଛନ୍ତି। ପ୍ରତ୍ୟେକ ଥର ଅଷ୍ଟ୍ରେଲିଆ ହିଁ ବାଜି ମାରିଛି। ପ୍ରଥମ ଥର ୧୯୯୯ ଦିନିକିଆ ବିଶ୍ୱକପ୍‌ରେ ପରସ୍ପରକୁ ଭେଟିଥିଲେ ଦୁଇ ଦଳ। ସେଥର ମଧ୍ୟ ପାକିସ୍ତାନ ହାତରୁ ବିଶ୍ୱକପ୍‌ ଛଡ଼ାଇ ନେଇଥିଲା ଅଷ୍ଟ୍ରେଲିଆ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri