Posted inଜାତୀୟ

ପଞ୍ଜାବ ସୀମାରେ ପାକିସ୍ତାନର ‘ମେଡ୍‌ ଇନ୍‌ ଚାଇନା’ ଡ୍ରୋନ୍‌…

ଚଣ୍ଡିଗଡ଼, ୧୮।୧୨: ପଞ୍ଜାବର ଫେରୋଜପୁର ଅଞ୍ଚଳରେ ଅନ୍ତର୍ଜାତୀୟ ସୀମା ନିକଟରେ ପାକିସ୍ତାନୀ ଡ୍ରୋନକୁ ସୀମା ସୁରକ୍ଷା ବଳ (ବିଏସଏଫ) ଯବାନଙ୍କ ପକ୍ଷରୁ ଗୁଳି କରି ଖସାଇ ଦିଆଯାଇଛି। ବିଏସଏଫ ଅନୁଯାୟୀ, ଏହି ଡ୍ରୋନ ପାକିସ୍ତାନ ପଟୁ ଆସିଥିବାବେଳେ ଏହା ଉପରେ ମେଡ ଇନ ଚାଇନାରେ ଲେଖାଯାଇଛି। ଜଣେ ଅଧିକାରୀ କହିଛନ୍ତି ଯେ ସୂଚନା ପାଇବା ମାତ୍ରେ ବିଏସଏଫର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ।

ବିଏସଏଫ ପକ୍ଷରୁ କୁହାଯାଇଛି ଯେ, ଉମରକୋଟରେ ସୀମା ପୋଷ୍ଟରେ ପାଟ୍ରୋଲିଂ କରୁଥିବା ଏକ ଦଳ ରାତି ଶୁକ୍ରବାର ରାତି ପ୍ରାୟ ୧୧ଟା ୧୦ରେ ଶବ୍ଦ ଶୁଣିଥିଲେ। ଏହା ପରେ ସେମାନେ ଏକ ହେକ୍ସାକ୍ୟାପ୍ଟର ଡ୍ରୋନ କମ ଉଚ୍ଚତାରେ ଉଡୁଥିବା ଦେଖିବାକୁ ପାଇଥିଲେ। ଏହି ଡ୍ରୋନ ଅନ୍ତର୍ଜାତୀୟ ସୀମାଠାରୁ ପ୍ରାୟ ୩୦୦ ମିଟର ଏବଂ ବିଏସ୍‌ ଏଫ୍‌ ପୋଷ୍ଟଠାରୁ ୧୫୦ ମିଟର ଦୂରରେ ଥିଲା। ବିଏସଏଫ ଯବାନ ଏହାକୁ ଖସାଇ ଦେଇଥିଲେ।

ବିଏସଏଫ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି, ଡିସେମ୍ବର ୧୭ ରାତିରେ ବର୍ଡର ଆଉଟ ପୋଷ୍ଟର ଆଲର୍ଟ କର୍ମଚାରୀମାନେ ଏକ ଡ୍ରୋନକୁ ଚିହ୍ନଟ କରି ଗୁଳି ଚଳାଇଥିଲେ। ଏହି ଡ୍ରୋନ ସୀମା ସୁରକ୍ଷା ଏନକ୍ଲୋଜରରେ ଥିଲା। ଉଚ୍ଚ ପଦାଧିକାରୀଙ୍କ ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେଶନ ଆରମ୍ଭ କରିଛନ୍ତି। ବିଏସଏଫ ଯବାନମାନେ ପୁଣି ଏକ ସୀମା ପାର ଅନୁପ୍ରବେଶକୁ ପଣ୍ଡ କରିଛନ୍ତି।

ଜଣେ ଅଧିକାରୀ କହିଛନ୍ତି ଯେ ଏହି ଡ୍ରୋନ୍‌ ନିଶା କିମ୍ବା ଅସ୍ତ୍ରଶସ୍ତ୍ର ପରିବହନ ପାଇଁ ଏହି ଡ୍ରୋନ ବ୍ୟବହୃତ କରାଯାଉଥିଲା କି ନାହିଁ ତାହା ଜାଣିବାକୁ ବିଏସଏଫ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri