Posted inଖେଳ

ବୟସ ଲୁଚାଇଛନ୍ତି ପାକିସ୍ତାନ ପେସ୍‌ ବୋଲର: ଅସିଫ୍‌

କରାଚୀ, ୩ା୧ (ପି.ଟି.)-ପାକିସ୍ତାନ କ୍ରିକେଟ ଟିମ୍‌ର ବର୍ତ୍ତମାନ ପେସ୍‌ ବୋଲରମାନଙ୍କ ପ୍ରକୃତ ବୟସ ଲୁଚାଯାଇଛି। ସେମାନଙ୍କ ଜନ୍ମ ପ୍ରମାଣପତ୍ରରେ ଜାଲିଆତି ହୋଇଛି। ଜନ୍ମ ପ୍ରମାଣପତ୍ରରେ ଯାହା ଦର୍ଶାଯାଇଛି, ସେମାନେ ପ୍ରକୃତରେ ତାହାଠାରୁ ୯ରୁ ୧୦ ବର୍ଷ ବଡ଼ ବୋଲି ଦେଶର ପୂର୍ବତନ ସିମ୍‌‌ ବୋଲର ମହମ୍ମଦ ଅସିଫ୍‌ ଅଭିଯୋଗ କରିଛନ୍ତି। ଚଳିତ ସପ୍ତାହରେ ମାଉଣ୍ଟ ମଙ୍ଗାନୁଇଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ନ୍ୟୁଜିଲାଣ୍ଡଠାରୁ ପାକିସ୍ତାନ ୧୦୧ ରନରେ ପରାଜୟ ପରେ ଅସିଫ୍‌ ତାଙ୍କ ପ୍ରତିକ୍ରିୟାରେ ଏକଥା ପ୍ରକାଶ କରିଛନ୍ତି। ଏକ ୟୁଟ୍ୟୁବ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଛନ୍ତି କାଗଜପତ୍ରରେ ଏହି ପେସ୍‌ ବୋଲରଙ୍କ ବୟସ ୧୭-୧୮ ବର୍ଷ ଲେଖାଯାଇଛି, କିନ୍ତୁ ସେମାନଙ୍କ ପ୍ରକୃତ ବୟସ ୨୭ରୁ ୨୮ ବର୍ଷ ମଧ୍ୟରେ ହେବ। ଫଳରେ ସେମାନେ ୨୦ରୁ ୨୫ ଓଭର ବୋଲିଂ କରିବାରେ ସମର୍ଥ ହୋଇପାରୁ ନାହାନ୍ତି। ୫ରୁ ୬ ଓଭର ଏକ ସ୍ପେଲ୍‌ ପରେ ସେମାନେ କ୍ଳାନ୍ତ ଜଣାପଡ଼ୁଛନ୍ତି। ଅସିଫ୍‌ ତାଙ୍କ ସମୟରେ ଜଣେ ଅନ୍ୟତମ ଶ୍ରେଷ୍ଠ ସିମ୍‌ ବୋଲର ଥିଲେ। ଇଂଲଣ୍ଡରେ ୨୦୧୦ରେ ଏକ ସ୍ପଟ୍‌ ଫିକ୍ସିଂ ସ୍କାଣ୍ଡାଲ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତାଙ୍କୁ ୫ବର୍ଷ ବାସନ୍ଦ କରିବା ଦ୍ୱାରା ତାଙ୍କ କ୍ୟାରିୟରର ଅନ୍ତ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri