ପୁଣି ଖୋଲିଲା ପାକିସ୍ତାନର ଅସଲ ମୁଖା

ଇସଲାମାବାଦ୍‌,୨୯।୬: ପାକିସ୍ତାନର ପୁଣି ଥରେ ପୋଲ୍‌ ଖୋଲିଛି। ଏଥର ଦେଶର ଗୃହମନ୍ତ୍ରୀ ଶେଖ ରସିଦ ଅହମ୍ମଦ ତାଙ୍କ ଦେଶର ପୋଲ୍‌ ଖୋଲିଛନ୍ତି। ରସିଦ ସ୍ବୀକାର କରିଛନ୍ତି ଯେ ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀଙ୍କ ପରିବାର ରାଜଧାନୀ ଇସଲାମାବାଦ ରୁହନ୍ତି। କେବଳ ଏତିକି ନୁହେଁ, ତାଲିବାନଙ୍କୁ ପାକିସ୍ତାନୀ ଡାକ୍ତରଖାନାରେ ଚିକିତ୍ସିତ କରାଯାଉଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟରୁ ଏହି ସୂଚନା ମିଳିଛି। ଶେଖ ରସିଦ ଅହମ୍ମଦଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଗୃହଯୁଦ୍ଧ ସହ ଲଢୁଥିବା ଆଫଗାନିସ୍ତାନରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର କରିବାର ସମୟ ଅତି ନିକଟତର ହୋଇଛି। ତାଲିବାନ ଆକ୍ରମଣ ହେତୁ ଗତ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇଛି। ତାଲିବାନ ବିଦ୍ରୋହୀ କାର୍ଯ୍ୟକଳାପ ପାକିସ୍ତାନୀରେ ସହଯୋଗରେ ବଢୁଛି ବୋଲି ଆଫଗାନିସ୍ତାନ ନେତାଙ୍କ ଅଭିଯୋଗ କରିଥିଲେ। ଏହାକୁ କ୍ରମାଗତ ଭାବେ ଅସ୍ବୀକାର କରିଥିଲା ପାକିସ୍ତାନ।
ପାକିସ୍ତାନୀ ଟିଭି ନ୍ୟୁଜ ଚ୍ୟାନେଲକୁ ଦେଇଥିବା ଏକ ସାକ୍ଷାତକାରରେ ଶେଖ ରସିଦ କହିଛନ୍ତି ଯେ, ତାଲିବାନ ପରିବାର ପାକିସ୍ତାନରେ ରୁହନ୍ତି। ସେ କହିଛନ୍ତି ଯେ ତାଲିବାନ ଆତଙ୍କବାଦୀଙ୍କ ପରିବାର ପାକିସ୍ତାନର ରୱାତ, ଲୋଇ ବେର୍‌, ବାରା କାହୁ ଏବଂ ତାରନୋଲ ଭଳି ଅଞ୍ଚଳରେ ବାସ କରନ୍ତି। ଏହି କ୍ଷେତ୍ରଗୁଡ଼ିକ ହେଉଛି ଇସଲାମାବାଦର ଫାସାମ ଅଞ୍ଚଳ। ପୂର୍ବରୁ ପାକିସ୍ତାନ ତାଲିବାନକୁ ସାହାଯ୍ୟ କରିବା ସହ ଏହାକୁ ନିଜର ସ୍ବାର୍ଥରେ ବ୍ୟବହାର କରୁଥିବା ଅଭିଯୋଗ ହୋଇଛି, ଯାହାକୁ ଅସ୍ବୀକାର କରିଆସୁଛି ପାକିସ୍ଥାନ। କିନ୍ତୁ ଶେଖ୍‌ଙ୍କ ମନ୍ତବ୍ୟ ଦେଶର ଅସଲ ମୁଖା ଖୋଲି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri