Posted inଖେଳ

ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନର ଖରାପ ପ୍ରଦର୍ଶନ: ଆକ୍ସନରେ PCB

ଲାହୋର, ୨୪ା୨: ଭାରତ ବିପକ୍ଷରେ ଲଜ୍ଜାଜନକ ପ୍ରଦର୍ଶନ ସହିତ ଚଳିତ ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ କ୍ରିକେଟ ଦଳର ଖରାପ ପ୍ରଦର୍ଶନ ଯୋଗୁ ଟୁର୍ନାମେଣ୍ଟ ପରେ ଏହାର କୋଚ୍‌ ଦାୟିତ୍ୱରେ ଥିବା ପୂର୍ବତନ ଫାଷ୍ଟ ବୋଲର ଅକ୍ୱିବ ଜାଭେଦ ଓ ଅନ୍ୟ ସପୋର୍ଟ ଷ୍ଟାଫ୍‌ମାନେ ସେମାନଙ୍କ ପଦବୀରୁ ବିଦା ହେବେ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ସୂତ୍ରରୁ ଜଣାପଡ଼ିଛି।

ପାକିସ୍ତାନ ଫେବୃଆରୀ ୧୯ରେ କରାଚୀଠାରେ ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡଠାରୁ ୬୦ରନ୍‌ରେ ପରାଜିତ ହେବା ପରେ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତଠାରୁ ୬ ଉଇକେଟରେ ହାରିଯାଇଛି।

ଗତବର୍ଷଠାରୁ ପିସିବି ଯେପରି ଭାବେ କୋଚ୍‌ ଓ ଚୟନକର୍ତ୍ତାମାନଙ୍କୁ ବଦଳ କରି ଆସୁଛି ଏହି ପଦବୀଗୁଡ଼ିକ ପାଇଁ ନୂଆ ପ୍ରାର୍ଥୀ ବାଛିବା ଦଳ ପାଇଁ ଏକ ଚ୍ୟାଲେଞ୍ଜ ହେବ।

ଗତବର୍ଷ ଶେଷ ଭାଗରେ ଗ୍ୟାରି କର୍ଷ୍ଟେନଙ୍କ ଇସ୍ତଫା ପରେ ପିସିବି ଚେୟାରମ୍ୟାନ ମହମ୍ମଦ ନକ୍‌ଭି ହ୍ବାଇଟ ବଲ୍‌ ଦଳ ପାଇଁ ଆକ୍ୱିବଙ୍କୁ କାମଚଳା ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଥିଲେ। ଅଷ୍ଟ୍ରେଲିଆର ଜାସନ ଗିଲେସ୍ପି ପଦତ୍ୟାଗ କରିବା ପରେ ଦକ୍ଷିଣ ଆଫ୍ରିକା ଏବଂ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ସିରିଜ ପାଇଁ ଆକ୍ୱିବଙ୍କୁ ରେଡ୍‌-ବଲ୍‌ର କାମଚଳା କୋଚ୍‌ ଦାୟିତ୍ୱ ଅର୍ପଣ କରାଯାଇଥିଲା।

ପାକିସ୍ତାନ ମାର୍ଚ୍ଚ ୧୬ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୫ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ଏବଂ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିବା ଲାଗି ନ୍ୟୁଜିଲାଣ୍ଡ ଟୁର୍‌ରେ ଯିବ। ବୋର୍ଡ ଏହା ପୂର୍ବରୁ ନୂଆ ସ୍ଥାୟୀ କୋଚ୍‌ ନିଯୁକ୍ତି ଦେବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri