Posted inଖେଳ

ନ୍ୟୁଜିଲାଣ୍ଡ ଟୁର୍‌ରୁ ଓହରିପାରନ୍ତି ପାକିସ୍ତାନର ସିନିୟର ଖେଳାଳି

ଲାହୋର, ୨୮ା୨: ଆଇସିସି ଚାମ୍ପିୟନ୍ସ ଟ୍ରଫିରୁ ପାକିସ୍ତାନ ଦଳର ଲଜ୍ଜାଜନକ ପରାଜୟ ପରେ ଦଳର କେତେଜଣ ସିନିୟର ଖେଳାଳି ଆସନ୍ତା ମାସରେ ହେବାକୁଥିବା ନ୍ୟୁଜିଲାଣ୍ଡ ଟୁର୍‌ରୁ ଓହରି ଯାଇପାରନ୍ତି। ଆୟୋଜକ ପାକିସ୍ତାନ ଇଭେଣ୍ଟରେ ଗୋଟିଏ ହେଲେ ମ୍ୟାଚ ଜିତିପାରି ନାହିଁ। ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହାର ପ୍ରଥମ ମ୍ୟାଚ୍‌ ୬୦ ରନ୍‌ରେ ପରାଜିତ ହୋଇଥିଲା। ପରେ ଦୁବାଇରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତଠାରୁ ଦଳ ୬ ଉଇକେଟରେ ପରାଜିତ ହୋଇଥିଲା।

ଗୁରୁବାର ରାଓ୍ବଲପିଣ୍ଡିରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ବର୍ଷା କାରଣରୁ ବାତିଲ ହୋଇଯାଇଥିଲା। ପାକିସ୍ତାନ ମାର୍ଚ୍ଚ ୧୬ରୁ ଏପ୍ରିଲ ୫ ହ୍ବାଇଟ୍‌ ବଲ ଟୁର୍‌ରେ ନ୍ୟୁଜିଲାଣ୍ଡ ଯାଇ ସେଠାରେ ୫ ଅନ୍ତର୍ଜାତୀୟ ଟି୨୦ ଏବଂ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିବ।

ମିଳିଥିବା ସୂଚନା ମୁତାବକ, ବାବର ଆଜାମ, ଶାହିନ ଶାହା ଆଫ୍ରିଦୀ, ନସିମ ଶାହା ପ୍ରମୁଖ ଏହି ଟୁର୍‌ରୁ ଓହରିଯିବା ଲାଗି ବିଚାର କରୁଥିବା ଜଣାପଡିଛି। ତେବେ ସେମାନେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସେମାନଙ୍କ ଏଜେଣ୍ଟଙ୍କ ସହିତ ପରାମର୍ଶ ନେଇପାରନ୍ତି।

ଏପରିକି ମହମ୍ମଦ ରିଜଓ୍ବାନଙ୍କ ଭବିଷ୍ୟତକୁ ନେଇ ମଧ୍ୟ ଅନିଶ୍ଚିତତା ଦେଖା ଦେଇଛି। ଚଳିତବର୍ଷ ପରବର୍ତ୍ତୀ ଭାଗରେ ହେବାକୁଥିବା ଏସିଆ କପ୍‌ ଏବଂ ଆସନ୍ତାବର୍ଷ ଭାରତ ଓ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଦଳ ପୁନର୍ଗଠନ ଲାଗି ଚୟନକର୍ତ୍ତାମାନେ ଚେୟାରମ୍ୟାନଙ୍କୁ ସୁପାରିସ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri