ପାକିସ୍ତାନ ଟାର୍ଗେଟ୍‌ରେ ଥିଲା ସ୍ବର୍ଣ୍ଣ ମନ୍ଦିର: ସବୁ ଯୋଜନା ପଣ୍ଡ, ହେଲା ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୯।୫: ଭାରତ ଅପରେଶନ ସିନ୍ଦୁର ମାଧ୍ୟମରେ ପାକିସ୍ତାନରେ ବଢ଼ୁଥିବା ଆତଙ୍କବାଦୀମାନଙ୍କୁ ଏକ ଶିକ୍ଷା ଦେଇଥିଲା। କିନ୍ତୁ ପାକିସ୍ତାନ ତଥାପି ତାର କାର୍ଯ୍ୟକଳାପ ବନ୍ଦ କରି ନ ଥିଲା। ପାକିସ୍ତାନ ୭ ଏବଂ ୮ ମେ ରାତିରେ ଦେଶର ଅନେକ ସହର ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ଅମୃତସରର ସ୍ବର୍ଣ୍ଣ ମନ୍ଦିର ମଧ୍ୟ ପାକିସ୍ତାନର ଟାର୍ଗେଟରେ ଥିଲା, କିନ୍ତୁ ଭାରତୀୟ ସେନା ଏହାର ଯୋଜନାକୁ ପଣ୍ଡ କରିଦେଇଥିଲା। ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି।

ଏକ ରିପୋର୍ଟ ଅନୁଯାୟୀ, ମେଜର ଜେନେରାଲ କାର୍ତ୍ତିକ ସି ଶେଷାଦ୍ରି ପାକିସ୍ତାନର ଏହି ଘୃଣ୍ୟ କାର୍ଯ୍ୟର ପର୍ଦ୍ଦାଫାସ କରିଛନ୍ତି। ସେ କହିଥିଲେ, ପାକିସ୍ତାନୀ ସେନା ଅମୃତସରର ସ୍ବର୍ଣ୍ଣ ମନ୍ଦିର ଉପରେ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମର ସେନା ପାକିସ୍ତାନର ସମସ୍ତ ଆକ୍ରମଣକୁ ବିଫଳ କରିଥିଲା। ପାକିସ୍ତାନ ସାଧାରଣ ନାଗରିକଙ୍କ ସହିତ ଧାର୍ମିକ ସ୍ଥଳଗୁଡ଼ିକୁ ମଧ୍ୟ ଟାର୍ଗେଟ କରିବାକୁ ଚେଷ୍ଟା କରିଥିଲା।

ମେ ୮ ସକାଳେ, ପାକିସ୍ତାନ ବହୁ ସଂଖ୍ୟକ ମିଶାଇଲ୍‌ ଏବଂ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ପାକିସ୍ତାନ ବିମାନ ଆକ୍ରମଣକୁ ତୀବ୍ର କରିଥିଲା। ଡ୍ରୋନ ସହିତ, ସେ ଦୂରଗାମୀ ମିଶାଇଲ୍‌ ମଧ୍ୟ ବ୍ୟବହାର କରିଥିଲା। ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିଲୁ ଏବଂ ତା’ର ସମସ୍ତ ଆକ୍ରମଣକୁ ବିଫଳ କରିଦେଲୁ। ପାକିସ୍ତାନ ମିଶାଇଲ୍‌ ଏବଂ ଡ୍ରୋନ ସାହାଯ୍ୟରେ ସ୍ବର୍ଣ୍ଣ ମନ୍ଦିର ଉପରେ ଆକ୍ରମଣ କରିଥିଲା, ଆମେ ସମସ୍ତ ପ୍ରୟାସକୁ ବିଫଳ କରିଥିଲୁ।

ଅମୃତସର ସହିତ, ପାକିସ୍ତାନ ଜମ୍ମୁ, ଶ୍ରୀନଗର, ପଠାନକୋଟ, ଜଳନ୍ଧର, ଲୁଧିଆନା, ଚଣ୍ଡିଗଡ଼ ଏବଂ ଭୁଜକୁ ଟାର୍ଗେଟ କରିଥିଲା। ଏହା ବ୍ୟତୀତ ସେ ଭାରତର ଅନ୍ୟ ସହର ଉପରେ ମଧ୍ୟ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?