Posted inଜାତୀୟ

ଡ୍ରୋନ୍‌ ଦ୍ୱାରା ପାକିସ୍ତାନ ପକାଇଥିବା ଅସ୍ତ୍ର ଜବତ

ନୂଆଦିଲ୍ଲୀ,୧୪।୫: ପାକିସ୍ତାନୀ ଡ୍ରୋନ୍‌ ଦ୍ୱାରା ଜମ୍ମୁ-କଶ୍ମୀରର ସାମ୍ବା ଜିଲା ସୀମାନ୍ତ ଅଞ୍ଚଳରେ ପକାଇଥିବା ଏକେ-୪୭ ରାଇଫଲ, ପିସ୍ତଲ ଏବଂ ଗୁଳିଗୋଳାକୁ ଶୁକ୍ରବାର ବିଏସ୍‌ଏଫ୍‌ ଜବତ କରିଛି। ଏହି ଅସ୍ତ୍ରଗୁଡ଼ିକ ଏକ ହଳଦିଆ ରଙ୍ଗର ପଲିଥିନ୍‌ରେ ଗୁଡ଼ାହୋଇ ପଡ଼ିଥିଲା। ଅସ୍ତ୍ର ପକାଇବା ପରେ ଡ୍ରୋନ୍‌ଟି ପାକିସ୍ତାନକୁ ଫେରିଯାଇଥିବା ସନ୍ଦେହ କରାଯାଉଛି। ପୂର୍ବରୁ ସାମ୍ବା, କଠୁଆ ଏବଂ ଜମ୍ମୁ ଜିଲା ଅନ୍ତର୍ଗତ ଅନ୍ତର୍ଜାତୀୟ ସୀମାର ବିଭିନ୍ନ ସ୍ଥାନରେ ପାକିସ୍ତାନୀ ଡ୍ରୋନ୍‌ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ପକାଇଥିଲା। ଗତ ଫେବୃୟାରୀ ୧୪ରେ ସାମ୍ବା ସେକ୍ଟରରେ ପକାଯାଇଥିବା ଏକ ବୋମାକୁ ବିଏସ୍‌ଏଫ୍‌ ଯବାନମାନେ ଉଦ୍ଧାର କରିଥିଲେ। ଗତବର୍ଷ ଡିସେମ୍ବର ୨୧ରେ ପଞ୍ଜାବ ପୋଲିସ ୧୧ଟି ହ୍ୟାଣ୍ଡ ଗ୍ରେନେଡ୍‌ ଜବତ କରିଥିଲା। ଏହା ଗୁରଦାସପୁର ଜିଲା ଅନ୍ତର୍ଗତ ଅନ୍ତର୍ଜାତୀୟ ସୀମାରେ ପଡ଼ିଥିଲା। ଏହା ପୂର୍ବରୁ ସେପ୍ଟେମ୍ବର ୨୨ରେ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ ଜିଲାର ଅଖନୁର ସେକ୍ଟରରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri