ସାମାଜିକ କାର୍ଯ୍ୟ କରି ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଗାୟିକା

ବଲିଉଡର ଗାୟିକା ପଲକ ମୁଛଲ ତାଙ୍କର ସୁମଧୁର ସ୍ବର ପାଇଁ ଜଣାଶୁଣା। ଏହା ସହିତ ସେ ନିଜର ସାମାଜିକ କାର୍ଯ୍ୟ ପାଇଁ ମଧ୍ୟ ଚର୍ଚ୍ଚାରେ ଥାନ୍ତି। ପଲକ ଆଜି ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୯୦ ମସିହା ମାର୍ଚ୍ଚ ୩୦ରେ ମଧ୍ୟପ୍ରଦେଶର ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ପିଲାଦିନରୁ ପଲକ ଗୀତ ଗାଇବାକୁ ପସନ୍ଦ କରୁଥିଲେ। ମାତ୍ର ୪ ବର୍ଷ ବୟସରେ ସେ କଲ୍ୟାଣଜୀ-ଆନନ୍ଦଜୀ ଲିଟିଲ୍‌ ଷ୍ଟାର୍‌ର ସଦସ୍ୟ ହୋଇଥିଲେ। ୯ ବର୍ଷ ବୟସରେ ତାଙ୍କର ପ୍ରଥମ ଆଲବମ୍‌ ‘ଚାଇଲ୍ଡ ଫର୍‌ ଚିଲ୍‌ଡ୍ରେନ୍‌’ ରିଲିଜ୍‌ ହୋଇଥିଲା। ଏହାପରଠାରୁ ସେ ପଛକୁ ଫେରିନାହାନ୍ତି। ଗୋଟିଏ ପରେ ଗୋଟି ହିଟ୍‌ ଗୀତ ଗାଇ ସେ ନିଜ ପ୍ରତିଭାର ପରିଚୟ ଦେଇଛନ୍ତି। ବଲିଉଡ୍‌ ଫିଲ୍ମ ଏକ ଥା ଟାଇଗର୍‌, ଆଶିକି-୨, କିକ୍‌, ଆକ୍ସନ-ଜାକ୍ସନ, ପ୍ରେମ ରତନ ଧନ ପାୟୋ, ଧୋନୀ-ଦ ଅନଟୋଲ୍ଡ ଷ୍ଠୋରୀ, କାବିଲ ଏବଂ ବାଗି-୨ ଭଳି ସୁପରହିଟ୍‌ ଫିଲ୍ମରେ ପଲକ ଗୀତ ଗାଇଛନ୍ତି।
ଗୀତ ଗାଇବା ବ୍ୟତୀତ ପଲକ ହୃଦ୍‌ ରୋଗରେ ପୀଡିତ ପିଲାମାନଙ୍କୁ ସାହାଯ୍ୟ କରିବା ପାଇଁ ଏକ ମିଶନ ଚଳାନ୍ତି। ସେ ଏକ ଚାରିଟି ଚଲାନ୍ତି, ଯାହାର ନାମ ପଲକ ମୁଛଲ ହାର୍ଟ ଫାଉଣ୍ଡେସନ୍‌’। ଏହି ଫାଉଣ୍ଡେସନ୍‌ ଜରିଆରେ ସେ ପିଲାଙ୍କ ହାର୍ଟ ସର୍ଜରୀରେ ଆର୍ଥିକ ସହାୟତା ଯୋଗାନ୍ତି। ସାମାଜିକ କାର୍ଯ୍ୟ ପାଇଁ ପଲକ ଗିନିଜ୍‌ ବୁକ୍‌ ରେକର୍ଡରେ ସ୍ଥାନ ପାଇଥିଲେ। ୨୦୧୩ରେ ସେ ତାଙ୍କ ଚାରିଟି ଦ୍ୱାରା ଟଙ୍କା ସଂଗ୍ରହ କରି ହୃଦ ସମ୍ବନ୍ଧୀୟ ୫୫୦ ପିଲାଙ୍କୁ ସହାୟତା ଦେଇ ସେ ଉଭୟ ଗିନିଜ୍‌ ବୁ୍‌କ୍‌ ରେକର୍ଡ ଏବଂ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?