ନିର୍ବନ୍ଧ ପରେ ବି ସମ୍ପର୍କରେ ଫାଟ: ଚର୍ଚ୍ଚାରେ ଅବିନାଶଙ୍କ ବ୍ରେକ୍‌ଅପ୍‌

ବମ୍ବେ: ପ୍ରେମିକା ପଲକ ପୁରସଓ୍ବାନୀଙ୍କ ସହ ବ୍ରେକ୍‌ଅପ୍‌ କରିଛନ୍ତି ଟେଲିଭିଜନ ଅଭିନେତା ଅବିନାଶ ସଚଦେବ। ଉଭୟ କିଛି ବର୍ଷ ଧରି ପରସ୍ପରକୁ ଡେଟ୍‌ କରୁଥିଲେ। ୨୦୨୧ ଜାନୁୟାରୀରେ ସେମାନଙ୍କ ନିର୍ବନ୍ଧ ମଧ୍ୟ ସରିଥିଲା। ହେଲେ ସମ୍ପର୍କ ଆଉ ପାଦେ ଆଗେଇବା ପରିବର୍ତ୍ତେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ପଲକ ସାକ୍ଷାତକାର ଦେଇ କହିଛନ୍ତି ଯେ, ଅବିନାଶଙ୍କ ସହ ତାଙ୍କ ସମ୍ପର୍କ ଶେଷ ହୋଇଛି। ଭଲପାଇବାଠାରୁ ମୋ ପାଇଁ ସମ୍ମାନ ଏବଂ ସଚ୍ଚୋଟତା ବଡ଼। ସବୁ ସମ୍ପର୍କରେ ଉତ୍ଥାନ ପତନ ଆସେ। ଏହା ସାଧାରଣ କଥା। ହେଲେ କଥା ଅଧିକ ବଢ଼ିଗଲେ ସମ୍ଭାଳିବା ମୁସ୍କିଲ। ଦୀର୍ଘ ୪ ବର୍ଷର ଯାତ୍ରାକୁ ଯଦି ସମ୍ମାନ କରି କହିବି ତେବେ ମୁଁ ଜାଣେ କି ଏବେ ଭଲ ସ୍ଥାନରେ ମୁଁ ଅଛି। ତାଙ୍କୁ ସବୁକିଛି ପାଇଁ ମୁଁ କ୍ଷମା କରିଦେଇଛି।

ଅପରପକ୍ଷେ ଅବିନାଶ ପୂର୍ବରୁ ଥରେ ବିବାହ କରିଛନ୍ତି। ୨୦୧୫ରେ ଧାରାବାହିକ ଇସ୍‌ ପ୍ୟାର୍‌ କୋ କ୍ୟା ନାମ୍‌ ଦୁଁ’ର ଅଭିନେତ୍ରୀ ଶାମଲୀ ଦେଶାଇଙ୍କୁ ବିବାହ କରିଥିଲେ ସେ। ହେଲେ ୨୦୧୭ରେ ଉଭୟଙ୍କ ଛାଡ଼ପତ୍ର ହୋଇଥିଲା। ଏହାଛଡ଼ା ସେ ଅଭିନେତ୍ରୀ ରୁବିତା ଦିଲାଇକଙ୍କୁ ଡେଟ୍‌ କରିବାକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri