ଅବ୍ୟବସ୍ଥା ଘେରରେ ପଲମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପଲମ,୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅନେକ ଅବ୍ୟବସ୍ଥା ଘେରରେ ଗତି କରୁଛି। ଆଜକୁ ଦୀର୍ଘ ଦିନ ହେଲା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀମାନେ ସମସ୍ୟାରେ ପଡୁଛନ୍ତି। ଆୟୁଷ ଡାକ୍ତର ରାଜେଶ କୁମାର ସାହୁ ଦାୟିତ୍ୱରେ ଥିଲେ ମଧ୍ୟ ସପ୍ତାହକୁ ଥରେ ଆସି ଦେଖାଦେଇ ଚାଲି ଯାଆନ୍ତି। ରୋଗୀମାନଙ୍କ କଥା ବୁଝନ୍ତି ନାହଁି। ବର୍ତ୍ତମାନ ଜଣେ ଫର୍ମାସିଷ୍ଟ ଭବାନିଶଙ୍କର ପାତ୍ର ଓ ଏଏନଏମ ଦୁତିଆନରଣା ଏବଂ ପିଅନ ଜୟନ୍ତି ସାହୁଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳିତ ହେଉଛି। ବର୍ତ୍ତମାନ ଦେଖିବାକୁ ମିଳୁଛି ଯେ, ୨୦୨୦ରେ ପଲମ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସ୍ବଚ୍ଛ ଭାରତ ଅଭିଯାନ ଦ୍ୱାରା ୨ଟି ଶୌଚାଳୟ ନିର୍ମିତ ହୋଇଥିଲା। ଚଳିତବର୍ଷ ନର୍ଲା ବ୍ଲକସ୍ତରୀୟରୁ ଆଉ ୨ଟି ଶୌଚାଳୟ ନର୍ମାଣ ପାଇଁ ଏକ ଲକ୍ଷ ଟଙ୍କା ମଞ୍ଜୁର ହୋଇ ନିର୍ମାଣ ହୋଇଥିଲା। କିନ୍ତୁ ନୂତନ ଭାବେ ନିର୍ମାଣ ନ କରି ପୁରୁଣା ଶୌଚାଳୟକୁ ଉପର ଆଜବେଷ୍ଟର ଭାଙ୍ଗି ସେହିଠାରେ ହିଁ ଛାତ ପକାଯାଇଛି। ବର୍ତ୍ତମାନ ସୁଦ୍ଧା ଶୌଚାଳୟରେ ପାଣି ଟାଙ୍କି କିମ୍ବା ଅନ୍ୟାନ୍ୟ ଉପଦ୍ରବ୍ୟ ମଧ୍ୟ ଲଗାଯାଇ ନାହିଁ। ନର୍ଲା ବ୍ଲକ ଜେଇ ବିଚିତ୍ରା ନନ୍ଦ ନାଏକ ଏହି କାର୍ଯ୍ୟ କରିବା କଥା କିନ୍ତୁ ସେ ନିଜେ ନ କରି ପଲମ ପଞ୍ଚାୟତସ୍ଥିତ ମହଗଁା ଗ୍ରାମର ସୁରେଶ ଭୋଇଙ୍କୁ ଦେଇ ବିଲ୍‌ ମଧ୍ୟ ସମ୍ପୂର୍ଣ୍ଣ କରାଯାଇଛି। ଏହି ବାବଦ ନେଇ ପଲମ ସ୍ବାସ୍ଥ୍ୟ କେନ୍ଦ୍ର ଫର୍ମାସିଷ୍ଟ ଭବାନିଶଙ୍କର ପାତ୍ରଙ୍କୁ ପଚାରି ବୁଝିବାରେ ଏହି ଘଟଣା ସମ୍ପୂର୍ଣ୍ଣ ସତ୍ୟ ଅଟେ ବୋଲି ପ୍ରକାଶ କରିଥିଲେ। ନର୍ଲା ବ୍ଲକ ଜେଇ ନାଏକଙ୍କୁ ପଚାରି ବୁଝିବାରେ କମ୍‌ ଟଙ୍କା ଥିବା ଯୋଗୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ ବୋଲି ପ୍ରକାଶ କରିଥିଲେ। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri