Posted inଜାତୀୟ

ପାଲାନିସ୍ବାମୀ ଏଆଇଏଡିଏମ୍‌କେର ସର୍ବୋଚ୍ଚ ନେତା

ଚେନ୍ନାଇ,୩ା୯(ପି.ଟି.): ଏଆଇଏଡିଏମ୍‌କେ ନେତୃତ୍ୱକୁ ନେଇ ବିବାଦ ଲାଗିରହିଥିବାବେଳେ ଇ.କେ. ପାଲାନିସ୍ବାମୀ ଦଳର ଶୀର୍ଷ ନେତା ବୋଲି ମାଡ୍ରାସ ହାଇକୋର୍ଟ ଶୁକ୍ରବାର ରାୟ ଦେଇଛନ୍ତି। ଅନ୍ୟପକ୍ଷରେ ଓ. ପନିରସେଲ୍‌ଭାମଙ୍କ ସପକ୍ଷରେ ଆସିଥିବା ଜଣିକିଆ ଖଣ୍ଡପୀଠ ରାୟକୁ ଜଷ୍ଟିସ ଏମ୍‌. ଦୁରାଇସ୍ବାମୀ ଓ ସୁନ୍ଦର ମୋହନଙ୍କ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। ଗତ ଜୁଲାଇ ୧୧ରେ ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକ ବସି ବିରୋଧୀ ଦଳ ନେତା ପାଲାନିସ୍ବାମୀଙ୍କୁ ଦଳର ଅନ୍ତରୀଣ ସାଧାରଣ ସମ୍ପାଦକ ନିର୍ବାଚିତ କରାଯାଇଥିବାବେଳେ ପନିରସେଲ୍‌ଭାମଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା। ଅଗଷ୍ଟ ୧୭ରେ ଜଣିକିଆ ଖଣ୍ଡପୀଠ ସାଧାରଣ ପରିଷଦ ବୈଠକର ନିଷ୍ପତ୍ତିକୁ ଅଗ୍ରାହ୍ୟ କରି ପୂର୍ବ ସ୍ଥିତି ବଜାୟ ରଖିବାକୁ ରାୟ ଦେଇଥିଲେ। ପୂର୍ବରୁ ପନିରସେଲ୍‌ଭାମ ଦଳର କୋର୍ଡିନେଟର ଥିବାବେଳେ ପାଲାନିସ୍ବାମୀ ଯୁଗ୍ମ କୋର୍ଡିନେଟର ଥିଲେ। ଶୁକ୍ରବାର ରାୟ ପରେ ପାଲାନିସ୍ବାମୀ ଏଆଇଏଡିଏମ୍‌କେର ସର୍ବୋଚ୍ଚ ନେତା ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri