ପଳସା ସ୍ବାସ୍ଥ୍ୟଉପକେନ୍ଦ୍ର କାୟାକଳ୍ପ ବିଜେତା

ଖଇରା, ୨ ।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପଳସା ସ୍ବାସ୍ଥ୍ୟ ଉପକେନ୍ଦ୍ର କାୟାକଳ୍ପ ବିଜେତା ହେବା ସହ କୁରୁଣ୍ଟା ଓ ଡଗରପଡା ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ତୁଡିଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନ୍ତ୍ୱନାମୂଳକ ପୁରସ୍କାର ହକ୍‌ଦାର ହେବା ନେଇ ଚିଠି ପହଞ୍ଚିବା ପରେ ଖଇରା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ବାଲେଶ୍ୱର ଜିଲାରେ ଖଇରା ବ୍ଲକର ୪ଟି କେନ୍ଦ୍ରକୁ ଏହି ସଫଳତା ମିଳିଥିବାରୁ ଏହି କେନ୍ଦ୍ରଗୁଡିକରେ କାର୍ଯ୍ୟରତ ଡାକ୍ତର, ଫାର୍ମାସିଷ୍ଟ, ମହିଳା ଓ ପୁରୁଷ ସ୍ବାସ୍ଥ୍ୟକର୍ମୀ, ସ୍ବାସ୍ଥ୍ୟ ପରିଦର୍ଶିକାଙ୍କ ମନୋବଳ ବୃଦ୍ଧି କରିଛି। ୩ମାସ ଧରି ରାଜ୍ୟ ଓ ଜିଲାରୁ ସରକାରୀ ସ୍ତରରେ ଗଠିତ ବିଭିନ୍ନ ଟିମ କାୟାକଳ୍ପ ନିର୍ଦ୍ଦେଶାନାମା ଆଧାରରେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଉପ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକର ମୂଲ୍ୟାୟନ କରିଥିଲେ। ୩୦ତାରିଖରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ପତ୍ର ସଂଖ୍ୟା ୪୮୯୦ରେ ଖଇରା ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଚିଠିରେ ପଳସାକୁ ବିଜେତା ଭାବେ ଘୋଷଣା କରାଯାଇଥିବା ବେଳେ ଅନ୍ୟ ୩ଟି କେନ୍ଦ୍ର ମଧ୍ୟ ପୁରସ୍କୃତ ହେବାର ସୌଭାଗ୍ୟ ଅର୍ଜନ କରିଛି।
ତଦନୁଯାୟୀ ପଳସା ଉପକେନ୍ଦ୍ରକୁ ୧ଲକ୍ଷ, ତୁଡିଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ୫୦ହଜାର, କୁରୁଣ୍ଟା ଏବଂ ଡଗରପଡା ସ୍ବାସ୍ଥ୍ୟ ଉପକେନ୍ଦ୍ରକୁ ୨୫ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରାଯାଇଛି ା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଭାକର ମିଶ୍ରଙ୍କ ପ୍ରଚେଷ୍ଟା ଓ ପରିଚାଳନା ଯୋଗୁ ବାଲେଶ୍ୱର ଜିଲାରେ ଖଇରା ବ୍ଲକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଥିବା ନେଇ ଆସୁଥିବା ରୋଗୀ କଲ୍ୟାଣ ସମିତି, ଗାଁ କଲ୍ୟାଣ ସମିତି, କାର୍ଯ୍ୟରତ କର୍ମଚାରୀମାନେ କହିଛନ୍ତି ା ଏ ସମ୍ପର୍କରେ ଡା. ମିଶ୍ରଙ୍କ ପ୍ରତିକ୍ରିୟା ନେବାରେ ଚଳିତବର୍ଷ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ସ୍ବାସ୍ଥ୍ୟ ଉପକେନ୍ଦ୍ରଗୁଡିକ କାୟାକଳ୍ପ ପ୍ରତିଯୋଗିତାରେ ଭାଗ ନେଇଥିବା ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କିଛି ନିର୍ମାଣ କାର୍ଯ୍ୟ ଚାଲୁଥିବାରୁ ଭାଗ ନେଇପାରି ନ ଥିଲା। ଆସନ୍ତାବର୍ଷ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାଗ ନେବ ଏବଂ ନିଶ୍ଚିତ ପୁରସ୍କୃତ ହେବ ବୋଲି କହିଛନ୍ତି ା ଏଭଳି ସଫଳତା ପାଇଁ ସେ ଡାକ୍ତର, ନର୍ସ ଓ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠାକୁ ଶ୍ରେୟ ଦେବା ସହ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ସହଯୋଗକୁ ମଧ୍ୟ ପ୍ରଶଂସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri