ଗାଜାରେ ଇସ୍ରାଏଲ ସେନା ପ୍ରବେଶ କରିବା ଉପରେ ୟୁଏନ୍‌ରେ ପହଞ୍ଚିଲା ପାଲେଷ୍ଟାଇନ, ଗୁଟେରସଙ୍କୁ ମାଗିଲା ସାହାଯ୍ୟ

ଜେରୁଜେଲମ,୧୪।୧୦: ପାଲେଷ୍ଟାଇନ ଶୁକ୍ରବାର ମିଳିତ ଜାତିସଂଘରେ ଇସ୍ରାଏଲର କାର୍ଯ୍ୟକଳାପ ବନ୍ଦ କରିବାକୁ ଆହ୍ବାନ କରିଛି। ମିଳିତ ଜାତିସଂଘରେ ପାଲେଷ୍ଟାଇନ ରାଷ୍ଟ୍ରଦୂତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସଙ୍କୁ ଇସ୍ରାଏଲର କାର୍ଯ୍ୟକଳାପକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି। ଏଠାରେ ଇସ୍ରାଏଲ ଗାଜା ଅଞ୍ଚଳର ଲୋକଙ୍କୁ ଯୁଦ୍ଧ କ୍ଷେତ୍ରରୁ ଦୂରେଇ ଯିବାକୁ ଚେତାବନୀ ଦେଇଛି।

ମିଳିତ ଜାତିସଂଘରେ ପାଲେଷ୍ଟାଇନର ରାଷ୍ଟ୍ରଦୂତ ରିୟାଦ ମାନସୁର ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ କହିଛନ୍ତି ଯେ, ସେମାନଙ୍କୁ ଅଧିକ ଚେଷ୍ଟା କରିବାକୁ ପଡିବ। ଯାହା କରାଯାଇଛି ତାହା ଯଥେଷ୍ଟ ନୁହେଁ । ମାନବିକତା ବିରୋଧରେ ଏହି ଅପରାଧକୁ ରୋକିବା ପାଇଁ ଆମ ସମସ୍ତଙ୍କୁ ଅଧିକ ଚେଷ୍ଟା କରିବା ଆବଶ୍ୟକ।

ଶୁକ୍ରବାର ଅନେକ ଦେଶ ଇସ୍ରାଏଲକୁ ଉତ୍ତର ଗାଜା ଉପରେ ଆକ୍ରମଣ ବନ୍ଦ କରିବାକୁ ଅନୁରୋଧ କରିଛନ୍ତି। ଏଥି ସହିତ ଇସ୍ରାଏଲ ସୈନ୍ୟ ଗାଜାରେ ପ୍ରବେଶ କରିଛନ୍ତି। ହମାସ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ଇସ୍ରାଏଲ ଏକ ଲକ୍ଷରୁ ଅଧିକ ଲୋକଙ୍କୁ ଗାଜାର ଅନ୍ୟ ଅଞ୍ଚଳକୁ ଯିବାକୁ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ

ନୂଆପଡ଼ା,୧୦।୧୨ (ମକାରୁ ବେମାଲ):କୋମନା ବ୍ଲକ୍‌ ରଜନା ପଞ୍ଚାୟତ ବେଲଗାଁଠାରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri