ଗାଜାରେ ଇସ୍ରାଏଲ ସେନା ପ୍ରବେଶ କରିବା ଉପରେ ୟୁଏନ୍‌ରେ ପହଞ୍ଚିଲା ପାଲେଷ୍ଟାଇନ, ଗୁଟେରସଙ୍କୁ ମାଗିଲା ସାହାଯ୍ୟ

ଜେରୁଜେଲମ,୧୪।୧୦: ପାଲେଷ୍ଟାଇନ ଶୁକ୍ରବାର ମିଳିତ ଜାତିସଂଘରେ ଇସ୍ରାଏଲର କାର୍ଯ୍ୟକଳାପ ବନ୍ଦ କରିବାକୁ ଆହ୍ବାନ କରିଛି। ମିଳିତ ଜାତିସଂଘରେ ପାଲେଷ୍ଟାଇନ ରାଷ୍ଟ୍ରଦୂତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସଙ୍କୁ ଇସ୍ରାଏଲର କାର୍ଯ୍ୟକଳାପକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି। ଏଠାରେ ଇସ୍ରାଏଲ ଗାଜା ଅଞ୍ଚଳର ଲୋକଙ୍କୁ ଯୁଦ୍ଧ କ୍ଷେତ୍ରରୁ ଦୂରେଇ ଯିବାକୁ ଚେତାବନୀ ଦେଇଛି।

ମିଳିତ ଜାତିସଂଘରେ ପାଲେଷ୍ଟାଇନର ରାଷ୍ଟ୍ରଦୂତ ରିୟାଦ ମାନସୁର ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ କହିଛନ୍ତି ଯେ, ସେମାନଙ୍କୁ ଅଧିକ ଚେଷ୍ଟା କରିବାକୁ ପଡିବ। ଯାହା କରାଯାଇଛି ତାହା ଯଥେଷ୍ଟ ନୁହେଁ । ମାନବିକତା ବିରୋଧରେ ଏହି ଅପରାଧକୁ ରୋକିବା ପାଇଁ ଆମ ସମସ୍ତଙ୍କୁ ଅଧିକ ଚେଷ୍ଟା କରିବା ଆବଶ୍ୟକ।

ଶୁକ୍ରବାର ଅନେକ ଦେଶ ଇସ୍ରାଏଲକୁ ଉତ୍ତର ଗାଜା ଉପରେ ଆକ୍ରମଣ ବନ୍ଦ କରିବାକୁ ଅନୁରୋଧ କରିଛନ୍ତି। ଏଥି ସହିତ ଇସ୍ରାଏଲ ସୈନ୍ୟ ଗାଜାରେ ପ୍ରବେଶ କରିଛନ୍ତି। ହମାସ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ଇସ୍ରାଏଲ ଏକ ଲକ୍ଷରୁ ଅଧିକ ଲୋକଙ୍କୁ ଗାଜାର ଅନ୍ୟ ଅଞ୍ଚଳକୁ ଯିବାକୁ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri