Posted inଜାତୀୟ

‘ପାଲି’ ଭାରତର ପ୍ରଥମ କାର୍ବନମୁକ୍ତ ପଞ୍ଚାୟତ

ପାଲି (ସାମ୍ବା),୨୫।୪(ପି.ଟି.) : ଜମ୍ମୁ-କଶ୍ମୀରର ସୀମାନ୍ତବର୍ତ୍ତୀ ସାମ୍ବା ଜିଲାର ପାଲି ପଞ୍ଚାୟତ ରବିବାର ଦେଶର ପ୍ରଥମ କାର୍ବନମୁକ୍ତ ପଞ୍ଚାୟତର ପରିଚୟ ହାସଲ କରିଛି। ସେଠାରେ ମାତ୍ର ୩ ସପ୍ତାହ ମଧ୍ୟରେ ନିର୍ମାଣ ହୋଇଥିବା ୫୦୦ କିଲୋଓ୍ବାଟ କ୍ଷମତା ବିଶିଷ୍ଟ ଏକ ସୌରଶକ୍ତି ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପାଲି ସାରା ଦେଶକୁ କାର୍ବନ ନ୍ୟୁଟ୍ରାଲ ହେବାର ମାର୍ଗ ଦେଖାଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ସବ୍‌ କା ପ୍ରୟାସ କ’ଣ ତାହା ସେଠାର ଲୋକେ କରି ଦେଖାଇଛନ୍ତି। ନିର୍ମାଣ କାର୍ଯ୍ୟରେ ନିୟୋଜିତ ଲୋକମାନଙ୍କୁ ସେମାନେ ଖାଦ୍ୟ ଯୋଗାଇଥିଲେ। ଗ୍ରାମ ଊର୍ଜା ସ୍ବରାଜ କାର୍ଯ୍ୟକ୍ରମରେ ସେଠାର ୬,୪୦୮ ବର୍ଗମିଟରରେ ନିର୍ମାଣ ହୋଇଥିବା ୧,୫୦୦ ସୋଲାର ପ୍ୟାନେଲ୍‌ ପଞ୍ଚାୟତର ୩୪୦ ଘରକୁ ସ୍ବଚ୍ଛ ବିଦ୍ୟୁତ୍‌ ଯୋଗାଇଦେବ। ପଞ୍ଚାୟତର ସମସ୍ତଙ୍କ ଘରେ ଏଲ୍‌ଇଡି ବଲ୍‌ବ, ସୋଲାର କୁକର୍‌, ସୋଲାର ଷ୍ଟୋଭ୍‌ ରହିଛି ବୋଲି ସରପଞ୍ଚ ରବୀନ୍ଦ୍ର ଶର୍ମା ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ। ଗ୍ରାମରେ ୧୦ଟି ସୋଲାର ପମ୍ପ୍‌ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୪୦ଟି ସ୍ଥାପନ କରାଯିବ ବୋଲି ସେ କହିଥିଲେ। ଏହା ଆମ ପାଇଁ ଐତିହାସିକ ଦିନ ବୋଲି ଗ୍ରାମର ଗୁରଦୀପ୍‌ ସିଂ କହିବା ସହ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
୨୦୧୯ ଅଗଷ୍ଟରେ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ରବିବାର ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ୨୦,୦୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବା ସହ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ସେଠାରୁ ସାରା ଦେଶର ଗ୍ରାମସଭାକୁ ଉଦ୍‌ବୋଧନ ଦେଇଥିଲେ। ଜମ୍ମୁ-କଶ୍ମୀରର ଯୁବପିଢ଼ିଙ୍କୁ ସେମାନଙ୍କ ପୂର୍ବପୁରୁଷମାନଙ୍କ ଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ ବୋଲି ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିଥିବା ପ୍ରକଳ୍ପ ମଧ୍ୟରେ ୮୫୦ ମେଗାଓ୍ବାଟ ରାଟଲ୍‌ ଜଳବିଦ୍ୟୁତ୍‌ ପ୍ରକଳ୍ପ, ୫୪୦ ମେଗାଓ୍ବ୍‌ାଟ କ୍ୱାର୍‌ ଜଳବିଦ୍ୟୁତ୍‌ ପ୍ରକଳ୍ପ ଏବଂ ଦିଲ୍ଲୀ-ଅମୃତସର-କଟ୍ରା ଏକ୍ସପ୍ରେସ୍‌ଓ୍ବେ ରହିଛି। ୩,୧୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ବନିହାଲ-କାଜିଗଣ୍ଡ ରୋଡ୍‌ ଟନେଲକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ୮.୪୫ କିଲୋମିଟର ଦୀର୍ଘ ସୁଡ଼ଙ୍ଗ ବନିହାଲ ଏବଂ କାଜିଗଣ୍ଡ ମଧ୍ୟରେ ଦୂରତା ୧୬ କିଲୋମିଟର କମାଇବା ସହ ଯାତ୍ରା ସମୟକୁ ୧.୫ ଘଣ୍ଟା ହ୍ରାସ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?