ପଲ୍ଲା ଛକ ରାସ୍ତା ମରଣଯନ୍ତା: ଜମୁଛି ବର୍ଷାପାଣି

ଖୋର୍ଦ୍ଧା,୨୫ା୮(ପ୍ରଭାତ ପାଣିଗ୍ରାହୀ): ଗତ ସପ୍ତାହେ ହେଲା ଖୋର୍ଦ୍ଧାରେ ଲଘୁଚାପ ବର୍ଷା ଲାଗିରହିଛି। ସହରର ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରକୁ ଉଦ୍‌ବୃତ୍ତ ହୋଇଆସୁଛି। ରାସ୍ତାରେ ଥିବା ଖାଲଖମାରେ ବର୍ଷାଜଳ ଜମି ରହିଛି। ପଲ୍ଲା ଛକ ଗଜପତି ପ୍ରତିମୂର୍ତ୍ତି ଛକରେ ବଡ଼ ବଡ଼ ଗାତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି। ଫଳରେ ଯାନବାହନ ଯାତାୟତବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଗାତରେ ପାଣି ଜମି ରହିବା ଫଳରେ ଆମ୍ବୁଲାନ୍ସ, ଘରୋଇ ବସ୍‌ ଚକା ଦବୁଛି। ରାସ୍ତା ସାରା ଖାଲ ଯୋଗୁ ଯାତ୍ରୀ ହଇରାଣ ହେଉଛନ୍ତି। ରାସ୍ତା ମରାମତି ଉପରେ ଗୁରୁତ୍ୱ ଦିଆଯାଉନାହିଁ। ରାସ୍ତା ପାର୍ଶ୍ୱ ଦୋକାନ ଗୃହ ଆଗରେ ପାଣି ଜମି ରହି ମଶାଙ୍କ ପ୍ରାଦୁର୍ଭାବ ବଢୁଛି। ପଲ୍ଲା ଛକ ସ୍ଥାନୀୟ ଲୋକ ଏବଂ ବ୍ୟବସାୟୀଙ୍କ ମୁଣ୍ଡବ୍ୟଥା ବଢାଇଛି। ଏହି ରାସ୍ତାର ଗୋଟିଏ ପାର୍ଶ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ଏବଂ ୧୬ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା ବେଳେ ଅନ୍ୟପଟେ ନୂଆ ବସଷ୍ଟାଷ୍ଟଠାରୁ ଟିଏଳ୍‌ସି ରୋଡ ବାଇପାସ୍‌ ଦେଇ ୫୭ ନମ୍ବରକୁ ସଂଯୋଗ କରୁଛି। ଏହାର ଚାରିପାଖରେ ଦୋକାନ ବଜାର ଖୁନ୍ଦି ହୋଇ ରହିଥିବାବେଳେ ନିକଟରେ ବିଭିନ୍ନ କାର୍ଯ୍ୟାଳୟ ରହିଛି। ନିମ୍ନମାନର କାମ ଯୋଗୁ ବାରମ୍ବାର ରାସ୍ତାରୁ ପିଚୁ ଛାଡ଼ିବା ସହ ଖାଲଖମା ହେଲାଣି ବୋଲି ଲୋକେ କହୁଛନ୍ତି। ଲକ୍ଷାଧିକ ଟଙ୍କା ବ୍ୟୟରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ପଲ୍ଲା ଛକ ନୂଆ ବସଷ୍ଟାଣ୍ଡଠାରୁ ଚଣ୍ଡିଚୁଆ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯାଇଛି। କିଛି ମାସ ପରେ ରାସ୍ତାର ପିଚୁ ଉଠି ଗାତ ସୃଷ୍ଟି ହେଲାଣି। ତେଣୁ ଗାଡ଼ି ଚଳାଚଳରେ ସମସ୍ୟା ଉପୁଜୁଛି। ନିକଟରେ ପୂର୍ତ୍ତବିଭାଗ ରାସ୍ତା ଉଭୟ ପାର୍ଶ୍ୱରେ ଥିବା ଗାତରେ ଗୋଡ଼ି ପଥର ପକାଇ କାମ ସାରିଦେଇଥିଲେ। ଏହି ରାସ୍ତାରୁ ପୁଣି ଥରେ ପିଚୁ ଉଠି ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ପୂର୍ତ୍ତ ବିଭାଗର ଜଣେ ଅଧିକାରୀ କହିଛନ୍ତି, ବର୍ଷା ଛାଡ଼ିବା ପରେ ରାସ୍ତା ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri