ସାଇରସ୍‌ଙ୍କ ଝିଅ ଆକାଉଣ୍ଟରୁ ୯୦ ହଜାର ଗାଏବ

ମୁମ୍ବାଇ: ସାପୁରଜୀ ପାଲୋନଜୀ ଗ୍ରୁପ୍‌ର ଦାୟିତ୍ୱ ସମ୍ଭାଳୁଥିବା ବିଲିୟନେୟାର ସାଇରସ୍‌ ମିସ୍ତ୍ରିଙ୍କ ଝିଅଙ୍କ ସହ ବ୍ୟାଙ୍କ ଠକେଇ ମାମଲା ସାମ୍ନାକୁ ଆସିଛି। କେହି ଅଜଣା ବ୍ୟକ୍ତି ସାଇରସ୍‌ଙ୍କ ଝିଅ ଲୈଲା ରୁସ୍ତମ ଜାହାଙ୍ଗୀରଙ୍କ ଆକାଉଣ୍ଟରୁ ୯୦ ହଜାର ଟଙ୍କା ଉଠାଇ ନେଇଛି। ଏ ନେଇ କୋଲାବା ପୋଲିସ ଷ୍ଟେଶନରେ ଏକ ସାଇବର ଠକେଇ ମାମଲା ରୁଜୁ କରାଯାଇଛି। ମାମଲା ସମ୍ପର୍କରେ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଲୈଲା ବର୍ତ୍ତମାନ ଦୁବାଇରେ ରହୁଛନ୍ତି। ଆକାଉଣ୍ଟ ପରିଚାଳନା ତାଙ୍କ ବାପାଙ୍କ ଅଧୀନରେ ରହିଛି। ୨୦୧୮ରେ ସାଇରସ୍‌ ମିସ୍ତ୍ରି ତାଙ୍କ କମ୍ପାନୀରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଫିରୋଜ ଭଟେନାଙ୍କୁ ଏହି ବ୍ୟାଙ୍କ ଖାତାର ପରିଚାଳନା ଏବଂ ଆର୍ଥତ୍କ ଗତିବିଧି ଦେଖାଶୁଣା କରିବାକୁ ଦାୟିତ୍ୱ ଦେଇଥିଲେ। ଭଟେନା ଏହି କାମକୁ ଡେପୁଟି ଜେନେରାଲ ମ୍ୟାନେଜର ଜୟେଶ ମର୍ଚ୍ଚାଣ୍ଟ ଦେଖିବାକୁ କହିଥିଲେ। ନିକଟରେ ଏହି ଆକାଉଣ୍ଟରୁ ଟଙ୍କା ଉଠିବା ନେଇ ଏକ ମେସେଜ ମର୍ଚ୍ଚାଣ୍ଟଙ୍କ ନିକଟକୁ ଆସିଥିଲା। ନେଣଦେଣ ଆଲର୍ଟ ଲାଗି ମର୍ଚ୍ଚାଣ୍ଟଙ୍କ ନମ୍ବର ବ୍ୟାଙ୍କରେ ଦିଆଯାଇଥିଲା। ଖାତାଟି ବହୁ ପୁରୁଣା ହୋଇଥିବା ବେଳେ କେବଳ ଚେକ୍‌ ଦ୍ୱାରା ହିଁ ନେଣଦେଣ ହେଉଥିଲା। ଟଙ୍କା ଉଠାଣ ନେଇ ମର୍ଚ୍ଚାଣ୍ଟ ବ୍ୟାଙ୍କରେ ପଚରାଉଚୁରା କରିବାରୁ ଡେବିଟ କାର୍ଡ ବ୍ୟବହାର ଦ୍ୱାରା ପ୍ରାୟ ୯୦ ହଜାର ଟଙ୍କା ଉଠାଣ ହୋଇଥିବା ଜଣାପଡିଥିଲା। ଏହି ମାମଲା ଉପରେ ପୋଲିସ ବର୍ତ୍ତମାନ ତଦନ୍ତ ଚଳାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri