୨ ଶିକ୍ଷକରେ ଚାଲିଛି ପାଲୁଙ୍କିଆ ବିଦ୍ୟାଳୟ

ବାଲିଗୁଡା,୨।୭ (ସଞ୍ଜୟ କୁମାର ପାଣିଗ୍ରାହୀ)‘ସଭିଏଁ ପଢ଼ନ୍ତୁ, ସଭିଏଁ ବଢ଼ନ୍ତୁ’ ସରକାର ଏହି ସ୍ଲୋଗାନ ଦେଇ ସମସ୍ତେ ଯେଭଳି ପାଠମୁହାଁ ହେବେ ସେଥିପାଇଁ ଉତ୍ତମ ଶିକ୍ଷା ବ୍ୟବସ୍ଥା ସହିତ ଭିତ୍ତିଭୂମି ସଜାଡୁଛନ୍ତି। କିନ୍ତୁ ବାଲିଗୁଡା ବ୍ଲକ ଅନ୍ତର୍ଗତ ବାଟାଗୁଡା ପଞ୍ଚାୟତର ପାଲୁଙ୍କିଆ ପ୍ରାଥମିକ ବିଦ୍ୟାଳୟ ଅବସ୍ଥା କହିଲେ ନସରେ। ଏହି ବିଦ୍ୟାଳୟଟି ୧୯୬୦ ମସିହାରେ ସ୍ଥାପିତ ହୋଇଥିବା ବେଳେ ଏଠାରେ ଏପର୍ଯ୍ୟନ୍ତ କୋଠାଘରେ ପିଲା ପଢି ପାରିଲେନି। ଆଜକୁ ୮ବର୍ଷ ତଳେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଗୋଟିଏ ଶ୍ରେଣୀ ଗୃହ କାର୍ଯ୍ୟ ଆରମ୍ଭ କରିଛନ୍ତି ଯେ, ତାହାର ନିର୍ମାଣ କାର୍ଯ୍ୟ ଆଜିଯାଏ ସରୁନାହିଁ। ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡିରହିଛି। ଏଥିରେ ନିୟୋଜିତ ଶ୍ରମିକଙ୍କ ମୂଲ ବି ମିଳିନାହିଁ। ବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମରୁ ୫ମ ଶ୍ରେଣୀରେ ୫୦ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। କିନ୍ତୁ ଆବଶ୍ୟକ ସଂଖ୍ୟକ ଶ୍ରେଣୀ ଗୃହ ନାହିଁ କି ଶିକ୍ଷକ ନାହାନ୍ତି। ବିଦ୍ୟାଳୟର କାର୍ଯ୍ୟାଳୟକୁ ମିଶାଇ ଦୁଇଟି ପ୍ରକୋଷ୍ଠ ରହିଛି ତାହାପୁଣି ଭଗ୍ନ ଅବସ୍ଥାରେ। ବର୍ଷା ହେଲେ ପାଣି ଗଳୁଛି। ଦିନ ବେଳେ ଆକାଶ ଦିଶୁଛି। ୫ଟି ଶ୍ରେଣୀର ପିଲାଏ ମାତ୍ର ଦୁଇଜଣ ଶିକ୍ଷକରେ ଦୁଇଟି ଶ୍ରେଣୀରେ ବସି ପାଠ ପଢୁଛନ୍ତି। ଯଦି ପ୍ରଧାନଶିକ୍ଷକ କୌଣସି କାର୍ଯ୍ୟରେ ଗଲେ, ତେବେ ପାଠପଢ଼ା ଠପ୍‌ ହୋଇଯାଏ। କାରଣ ଜଣେ ଶିକ୍ଷକ ୫ ଶ୍ରେଣୀର ପିଲାଙ୍କୁ ପଢ଼ାଇବା ସମ୍ଭବପର ହେଉନି। ପିଲାମାନେ କ’ଣ ଏତେ ଦୟନୀୟ ଅବସ୍ଥାରେ ପାଠପଢିବେ ବୋଲି ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଲଙ୍କେଶ୍ୱର ଦିଗାଲ କ୍ଷୋଭର ସହ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବାରମ୍ବାର ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ଲିଖିତ ଆକାରରେ ଜଣାଇଲେ ବି କିଛି ସୁଫଳ ମିଳୁନାହିଁ ବୋଲି କହିଛନ୍ତି ସଭାପତି ଓ ଗ୍ରାମବାସୀ। ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କୁ ପଚାରିବାରୁ ଏ ସମ୍ପର୍କରେ ବିଭାଗ ଅବଗତ ଅଛି, ପିଲା ସଂଖ୍ୟା ଅନୁସାରେ ଶିକ୍ଷକ ଅଛନ୍ତି ଏବଂ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ରହିଛି ଆମେ ଆମ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ଜଣାଇଛୁ, ସେ ଯାହା ପଦକ୍ଷେପ ନେବେ ବୋଲି କହିଛନ୍ତି। ଏହି ବିଦ୍ୟାଳୟ ପ୍ରତି ଦୃଷ୍ଟି ଦେଇ ଶ୍ରେଣୀଗୃହ ଓ ଶିକ୍ଷକ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ କରିବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି । ଏଥିପ୍ରତି କନ୍ଧମାଳ ଜିଲାପାଳ ଓ ବାଲିଗୁଡା ଉପଜିଲାପାଳ ତୁରନ୍ତ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri