ପ୍ୟାନ୍‌, ଆଧାରକାର୍ଡ ଦେଖାଇ ଦେଇପାରିବେ ଭୋଟ୍‌

ଭୁବନେଶ୍ୱର,୧୫।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ତେବେ ଭୋଟର କାର୍ଡ ନ ଥିଲେ ପ୍ୟାନ୍‌କାର୍ଡ, ଆଧାରକାର୍ଡ, ପାର୍ସପୋର୍ଟ ଦେଖାଇ ଜଣେ ଭୋଟ୍‌ ଦେଇପାରିବେ ବୋଲି ନିର୍ବାଚନ କମିଶନ ଆଦିତ୍ୟ ପାଢୀ ସୂଚନା ଦେଇଛନ୍ତି।

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚିବେ। କାଲି ୭୧ ବ୍ଲକ୍‌ର ୧୬୬୯ ପଞ୍ଚାୟତର ୨ ଶହ ଜିଲା ପରିଷଦରେ ଭୋଟ୍‌ ଗ୍ରହଣ ହେବ। ୨ ଶହ ଜିଲା ପରିଷଦ ଆସନ ପାଇଁ ୭୨୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିଛନ୍ତି। ନିର୍ବାଚନରେ ୩୭,୨୪୫ ପୋଲିସ ଏବଂ ୨୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଭୋଟ୍‌ ଗ୍ରହଣ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ। ଭୋଟ୍‌ ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନାଁ ଭୋଟର ତାଲିକାରେ ରହିବା ଜରୁରୀ। ଭୋଟର ପରିଚୟପତ୍ର ଦେଖାଇ ଜଣେ ବ୍ୟକ୍ତି ଭୋଟ ଦେଇପାରିବେ। ଭୋଟ କାର୍ଡ ନ ଥିଲେ ମଧ୍ୟ ଅନ୍ୟ ୧୩ଟି ଦସ୍ତାବିଜ୍‌ ଦେଖାଇ ଭୋଟ ଦେଇପାରିବେ ବୋଲି ନିର୍ବାଚନ କମିଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri